ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୫ ଜଣ ଗୁରୁତର ଆହତ

ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୫ ଜଣ ଗୁରୁତର ଆହତ

ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୫ ଜଣ ଗୁରୁତର ଆହତ

News by Maheswar Behera (Athagarh)

#ତିଗିରିଆ(ଏନ୍‌.ଏମ୍‌.): ଆଜି ସକାଳୁ ସକାଳୁ ଏକ ଅଟୋ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ୫ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ପ୍ରାପ୍ତ ସୂଚନା ଅନୁଯାୟୀ ଆଜି ସକାଳେ କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚଗାଁ ପଞ୍ଚାୟତ ଭାରତ ଗ୍ୟାସ୍ ପାଖ ଖୁଣ୍ଟୁଣୀ ନରସିଂହପୁର ୬୫ ନମ୍ବର ରାଜ୍ୟ ରାଜପଥରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଖୁଣ୍ଟୁଣୀ-ନରସିଂହପୁର ରାଜପଥରେ ବଡ଼ମ୍ବା ପଟୁ ଆସୁଥିବା ଗୋଟିଏ ଟ୍ରକ୍ ଭାରସ୍ୟାମ ହରାଇ ସମ୍ମୁଖରୁ ଆସୁଥିବା ଏକ ଅଟୋକୁ ଧକ୍କା ଦେଇଥିଲା । ଫଳରେ ଅଟୋଟି ଟ୍ରକ ସହ ମାଡ଼ ହୋଇ ରାସ୍ତା କଡରେ ମାଛ ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରେ ଜଣେ ବର୍ଷକର ଶିଶୁ ଥିବା ଜଣାପଡ଼ିଛି । ଦୁର୍ଘଟଣାସ୍ଥଳରେ ତିଗିରିଆ ପୁଲିସ ଟ୍ରକ ଚାଳକଙ୍କୁ ତିଗିରିଆ ଥାନାରେ ଅଟକ ରଖି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି । ତେବେ ମୃତାହତମାନଙ୍କୁ ମେଡ଼ିକାଲ ପଠାଇ ଦିଆଯାଇଛି ।

Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ