ଆଇଏଏସସ୍ତରରେ ଅଦଳବଦଳ : ଆର. ଭିନେଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ଅତିରିକ୍ତ ଦାୟିତ୍ୱ

ଆଇଏଏସସ୍ତରରେ ଅଦଳବଦଳ : ଆର. ଭିନେଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ଅତିରିକ୍ତ ଦାୟିତ୍ୱ

ଆଇଏଏସସ୍ତରରେ ଅଦଳବଦଳ : ଆର. ଭିନେଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ଅତିରିକ୍ତ ଦାୟିତ୍ୱ


ଭୁବନେଶ୍ୱର (ଏନ୍‌.ଏମ୍‌.): ରାଜ୍ୟ ସରକାର ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । ଏହି ଅଦଳବଦଳରେ ବହୁ ଆଇଏଏସ ଅଧିକାରୀଙ୍କ ବିଭାଗରେ ପରିବର୍ତ୍ତନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନେଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିଭଳି ଆଇଏଏସ ଅଶୋକ ମିନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ପୁନଶ୍ଚ ପର୍ଯ୍ୟଟନ ଓ କ୍ରୀଡା ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଡି.କେ ସିଂହଙ୍କୁ ଷ୍ଟିଲ ଏବଂ ଖଣିଜ ସମ୍ପଦ ବିଭାଗ ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ସେହିଭଳି ଷ୍ଟିଲ ଏବଂ ଖଣିଜ ସମ୍ପଦ ବିଭାଗ ପ୍ରମୁଖ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିବା ସହ ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି