ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ

News by Dillip Kumar Muduli (BBSR)

ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଅନୁଷ୍ଟିତ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଥିଲେ । ଓଡିଶାର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତି ବ୍ଲକ୍‌ରେ ତଥା ଭୁବନେଶ୍ୱରରେ ଗୋଟିଏ ଆଦର୍ଶ ସ୍କୁଲ ରହିଛି । ସିବିଏସଇ ଢାଞ୍ଚାରେ ଏହି ସ୍କୁଲ ମାନଙ୍କରେ ହଷ୍ଟେଲ ସୁବିଧା ସହିତ ପାଠ ପାଢାଯାଉଛି ।
ଆଜି ସମ୍ବର୍ଦ୍ଧିତ ହୋଇଥିବା କୃତୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାର ଝରଗାଁ ଆଦର୍ଶ ବିଦ୍ୟାଳୟର ଆଦର୍ଶ ସାହୁ, କୋରାପୁଟ ଜିଲ୍ଲାର କୋଟପାଡ ଆଦର୍ଶ ବିଦ୍ୟାଳୟର ଓମ୍ ଆର୍ଯ୍ୟାନ ବିଶ୍ୱାଳ, ଗଞ୍ଜାମ ଜିଲ୍ଲାର ପିତାପଲ୍ଲୀ ଆଦର୍ଶ ବିଦ୍ୟାଳୟର ଉତ୍କଳ ପଟ୍ଟନାୟକ, କଳାହାଣ୍ଡି ଜିଲ୍ଲାର ମଶାଣିମୁଣ୍ଡା ଆଦର୍ଶ ବିଦ୍ୟାଳୟର ଦିବେନ୍ଦୁ ସାହାନାଇ, କେନ୍ଦୁଝର ଜିଲ୍ଲାର ସାଳପଡା ଆଦର୍ଶ ବିଦ୍ୟାଳୟର ହେମନ୍ତ ବେହେରା, ଗଞ୍ଜାମ ଜିଲ୍ଲାର ସୋରଡା ଆଦର୍ଶ ବିଦ୍ୟାଳୟର ଶୁଭମ ପ୍ରସାଦ ଗୌଡ, ଗଞ୍ଜାମ ଜିଲ୍ଲାର ଶାସନମା ଗାଁ ଆଦର୍ଶ ବିଦ୍ୟାଳୟର ସୁମନ କୁମାରୀ ମହାରଣା, ମୟୁରଭଞ୍ଜ ଜିଲ୍ଲାର ଝରଗାଁ ଆଦର୍ଶ ବିଦ୍ୟାଳୟର ସରିତା ମାର୍ଡି, ମୟୁରଭଞ୍ଜ ଜିଲ୍ଲାର ରାଣିଭୋଳ ଆଦର୍ଶ ବିଦ୍ୟାଳୟର ମାନସ ମହୋଦଧି ପୁର୍ତ୍ତି, କୋରାପୁଟ ଜିଲ୍ଲାର ମାଛରା ଆଦର୍ଶ ବିଦ୍ୟାଳୟର ସ୍ୱସ୍ତିକ ଆଦିତ୍ୟ ରଞ୍ଜନ । ଏମାନେ ସମସ୍ତେ ଜେଇଇ ମେନ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ।
ସେହିପରି ସିବିଏସଇ କ୍ଲାସ-୧୨ ପରୀକ୍ଷାରେ ଉଲ୍ଲେଖନୀୟ କୃତୀତ୍ୱ ହାସଲ କରିଥିବା ସମ୍ବର୍ଦ୍ଧିତ ଛାତ୍ରଛାତ୍ରୀମାନେ ହେଲେ କେନ୍ଦୁଝର ଜିଲ୍ଲାର ସାଳପଡା ଆଦର୍ଶ ବିଦ୍ୟାଳୟର ଇଶାନୀ ବିଶୋଇ, ଗଞ୍ଜାମ ଜିଲ୍ଲାର ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟର ଏସ୍‌. ଅନୁଭବ ଦୋରା, ଗଞ୍ଜାମ ଜିଲ୍ଲାର କରାପଲ୍ଲୀ ଆଦର୍ଶ ବିଦ୍ୟାଳୟର ଏମ୍‌. ମୋହିତ ରେଡ୍ଡୀ, କୋରାପୁଟ ଜିଲ୍ଲାର କୋଟପାଡ ଆଦର୍ଶ ବିଦ୍ୟାଳୟର ଓମ୍ ଆରୟାନ ବିଶ୍ୱାଳ, ଗଞ୍ଜାମ ଜିଲ୍ଲାର ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟର ସିପଦ ଯଜ୍ଞ ପ୍ରସାଦ ଆଚାରୀ । ସେହିପରି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପିଲାମାନେ ହେଲେ – କଳାହାଣ୍ଡି ଜିଲ୍ଲାର ମୁଷିଗୁଡା ଆଦର୍ଶ ବିଦ୍ୟାଳୟର ସୁଧନ୍ୟା ପତି, ମୟୁରଭଞ୍ଜ ଜିଲ୍ଲାର ଗରୁଡବସା ଆଦର୍ଶ ବିଦ୍ୟାଳୟର ବୈବଶ୍ୱେତା ଆଚାର୍ଯ୍ୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟରେ ସେମାନଙ୍କ ଅନୁଭୂତି ସମ୍ପର୍କରେ ପିଲାମାନଙ୍କୁ ପଚାରି ବୁଝିଥିଲେ ଏବଂ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ । ପିଲାମାନଙ୍କ ସହ ମତ ବିନିୟମ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଦର୍ଶ ବିଦ୍ୟାଳୟରେ କିପରି ଆହୁରି ପ୍ରଭାବଶାଳୀ ଶିକ୍ଷାଦାନ କରାଯାଇପାରିବ ସେ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କ ମତାମତ ଲୋଡିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନର ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ । ବିଭାଗୀୟ ସଚିବ ଅଶ୍ୱଥି ଏସ୍‌. ସ୍ୱାଗତ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ବରିଷ୍ଠ ଅଧିକାରୀ ଏବଂ ସମ୍ବର୍ଦ୍ଧିତ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଉପସ୍ଥିତ ଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି