ଆରପାରିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ
ଭୁବନେଶ୍ୱର(ଏନ୍.ଏମ୍.): ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ବିଜୟଶ୍ରୀଙ୍କ ନିକଟ ସମ୍ପର୍କୀୟଙ୍କ ସୂଚନା ଦେଇଥିବା ଉକ୍ତ ହସ୍ପିଟାଲ ପକ୍ଷରୁ ମଧ୍ୟ ସ୍ପଷ୍ଟ କରାଯାଇଛି । ତେବେ ସେ ମସକ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିଲେ । ଜ୍ୱରରେ ପୀଡ଼ିତ ହେବା ପରେ କରୋନା ଟେଷ୍ଟ କରିବାରୁ ରିପୋର୍ଟ ପଜିଟିଭ୍ ଆସିଥିଲା । ତେଣୁ ବିଜୟଶ୍ରୀଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହୋଇଥିଲେ । ତେବେ କୋଭିଡ଼ରୁ ସେ ଆରୋଗ୍ୟ ହୋଇଥିଲେ ମଧ୍ୟ ଏହାର ପରବର୍ତ୍ତୀ ଜଟିଳତା ଯୋଗୁଁ ଚିକିତ୍ସାଧୀନ ଥିଲେ । ତାଙ୍କର ପରଲୋକଗତ ଖବର ପାଇ ବହୁ ନେତା ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ । ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ଜିତିଥିଲେ ବିଜୟଶ୍ରୀ । ନବୀନ ସରକାରରେ ସେ ଏକାଧିକ ବିଭାଗର ମନ୍ତ୍ରୀ ଥିଲେ । ସ୍ୱାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଥିଲେ ବିଜୟଶ୍ରୀ ।