ଆସନ୍ତାକାଲି ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆସନ୍ତାକାଲି ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆସନ୍ତାକାଲି ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ


#ସମ୍ବଲପୁର(ଏନ୍‌.ଏମ୍‌.): ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି । ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ମୋଦୀ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ସମ୍ବଲପୁର ଆଇଆଇଏମର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି । ସେଥିପାଇଁ ଆଇଆଇଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ହେଲିପ୍ୟାଡ ଏବଂ ମଞ୍ଚ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ ଆଇଆଇଏମର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି । ସେହିପରି ରାଜ୍ୟ ବିଜେପି ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା ଭବନରେ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁସଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଛି । ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଅପରାହ୍ନରେ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ । ସେଠାରୁ ସେଠାରେ ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି । ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି । ଏଥିସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଦୋହରୀକରଣ ଆଦିର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ