ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ କାର୍ଯ୍ୟକ୍ରମର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ କାର୍ଯ୍ୟକ୍ରମର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ କାର୍ଯ୍ୟକ୍ରମର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
କୃଷକଙ୍କ ଆୟବୃଦ୍ଧି ଦିଗରେ ଉଦ୍ୟାନ କୃଷିକୁ ପ୍ରାଥମିକତା ଦିଆଯାଉଛିି: ମନ୍ତ୍ରୀ

News by I&PR (Odisha)

#ଭୁବନେଶ୍ୱର(ଏନ୍‌.ଏମ୍‌.): କୃଷକମାନଙ୍କର ସର୍ବାଙ୍ଗୀନ ବିକାଶ ଓ ଆୟ ବୃଦ୍ଧି ଦିଗରେ ଉଦ୍ୟାନ କୃଷିର ପ୍ରମୁଖ ଭୂମିକା ରହିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟାନ କୃଷିକୁ ପ୍ରାଥମିକତା ଦିଆଯାଉଛି । ଚାଷୀମାନେ ଉପଯୁକ୍ତ ଜ୍ଞାନକୌଶଳ ବ୍ୟବହାର କଲେ ଉଦ୍ୟାନ କୃଷିରୁ ଅଧିକ ଲାଭବାନ ହୋଇପାରିବେ । ରାଜ୍ୟର ଜଳବାୟୁ ଓ ମୃତ୍ତିକା ଦୃଷ୍ଟିରୁ ଉଦ୍ୟାନ କୃଷିର ବ୍ୟାପକ ସୁଯୋଗ ରହିଥିବାବେଳେ ଚାଷୀମାନଙ୍କ ମଧ୍ୟରେ ଉଦ୍ୟାନ କୃଷିକୁ ଅଧିକ ଲୋକପ୍ରିୟ କରାଇବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।
କୃଷି ଭବନଠାରେ ଉଦ୍ୟାନ କୃଷି ଏବଂ ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶାଳୟର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ଓ ବ୍ୟୟବରାଦିର ସମୀକ୍ଷା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ କୃଷି ଓ ଆନୁଷଙ୍ଗିକ କୃଷିର ଉପଯୁକ୍ତ ସମନ୍ୱୟରେ ଚାଷୀମାନଙ୍କର ଆର୍ôଥକ ମାନଦଣ୍ଡ ସୁଦୃଢ଼ ହୋଇପାରିବ । ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ନିମନ୍ତେ ପ୍ରାଥମିକତା ପ୍ରଦାନ କରି ବଜେଟ୍‌ରେ ଆଶାତୀତ ଭାବେ ବୟବରାଦି ବୃଦ୍ଧି କରିଛନ୍ତି । ଏହି ପରିପ୍ରେକ୍ଷୀରେ ଯୋଜନାର ସଫଳ ରୂପାୟନ ନିମନ୍ତେ ବୟବରାଦିର ଅର୍ଥ ଠିକଣା ସମୟରେ ଖର୍ଚ୍ଚ କରି ଚାଷୀମାନଙ୍କୁ ଏହାର ଲାଭ ପହଞ୍ଚାଇବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ଚାଷୀମାନଙ୍କ ନିମନ୍ତେ ନିର୍ଦ୍ଦେଶାଳୟ ପକ୍ଷରୁ ଉନ୍ନତ ମାନର ଫଳଚାଷ ଓ ପନିପରିବା ଚାଷ ନିମନ୍ତେ ମଞ୍ଜି ଯୋଗାଇଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଚଳିତ ରବିଋତୁରେ ଚାଷୀମାନଙ୍କୁ ଗୁଣାତ୍ମକ ଆଳୁ ବିହନ ଯୋଗାଣ କାର୍ଯ୍ୟର ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମୀକ୍ଷା କରିଥିଲେ । ଏଥି ସହିତ ରାଜ୍ୟରେ ଛତୁଚାଷର ବ୍ୟାପକ ସୁଯୋଗ ରହିଥିବା ଓ ଏଥି ନିମନ୍ତେ କମ୍ ପରିମାଣର ଜମିର ଆବଶ୍ୟକତା ଦୃଷ୍ଟିରୁ ଛତୁଚାଷ ନିମନ୍ତେ ଚାଷୀମାନଙ୍କୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଉନ୍ନତ ମାନର ଚାରା ଉତ୍ପନ ନିମନ୍ତେ ବ୍ଲକ୍‌ସ୍ତରରେ ଅଧିକରୁ ଅଧିକ ନର୍ସରୀ ପ୍ରତିଷ୍ଠା କରିବା ପାଇଁ ମନ୍ତ୍ରୀ କହିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଡିସେମ୍ବର ମାସରେ ବୟବରାଦିର ଖର୍ଚ୍ଚକୁ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ନିର୍ଦ୍ଦେଶାଳୟ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଅଣୁ ଜଳସେଚନ, ଜାତୀୟ ଉଦ୍ୟାନ କୃଷି ମିଶନ, ଅଏଲ୍ ପାମ୍ ଚାଷ ଓ ପାମ୍ ଅଏଲ୍ କାରଖାନା ପ୍ରତିଷ୍ଠା ଆଦିର ଅଗ୍ରଗତି ସମ୍ପର୍କରେ ବିଶଦ ଭାବରେ ଆଲୋଚନା ହୋଇଥିଲା । ଏଥି ସହିତ ମୃତ୍ତିକା ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟର କୃଷି ବନିକରଣ, ଫାର୍ମପଣ୍ଡ ପ୍ଲସ୍‌, ରିୱାର୍ଡ ଯୋଜନାର ଅଗ୍ରଗତି ସମ୍ପର୍କରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମୀକ୍ଷା କରିଥିଲେ । ବର୍ଷାପୁଷ୍ଟ ଅଞ୍ଚଳରେ ସମନ୍ୱିତ କୃଷି ପଦ୍ଧତିର ସଠିକ୍ ପରିଚାଳନା ଦ୍ୱାରା ଚାଷୀମାନଙ୍କର ଆୟ ବୃଦ୍ଧିରେ ବ୍ୟାପକ ସୁଯୋଗ ରହିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ । ଜଳବିଭାଜିକା ପ୍ରକଳ୍ପ ମାଧ୍ୟମରେ ଚାଷୀଙ୍କ ଜମିକୁ ଜଳସେଚନର ସୁବିଧା ଯୋଗାଇଦେଇ ଚାଷୀମାନଙ୍କ ଜୀବନଧାରଣର ମାନରେ ଉନ୍ନତି ଅଣାଯାଇପାରିବ ବୋଲି ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ କହିଥିଲେ । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉପଦେଷ୍ଟା ରାମଚନ୍ଦ୍ର ପଣ୍ଡା, ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ସଂଜୀବ ଚଢ଼ା, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗଦେଇଥିଲେ ।

Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ