ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର


#ନୂଆଦିଲ୍ଲୀ(ଏନ.ଏନ.): ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି ପର୍ଯ୍ୟାୟରେ ଭୋଟିଂ ହେବ । ପ୍ରଥମ ପର୍ଯ୍ୟାୟ ଭୋଟି ଏପ୍ରିଲ ୧୯ରୁ ଆରମ୍ଭ ହେବ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭, ୪ର୍ଥ ପର୍ଯ୍ୟାୟ ଭୋଟ ମେ’ ୧୩, ୫ମ ପର୍ଯ୍ୟାୟ ଭୋଟ ୨୦, ୬ଷ୍ଠ ପର୍ଯ୍ୟାୟ ଭୋଟ ମେ’ ୨୫ ଓ ଶେଷ ପର୍ଯ୍ୟାୟ ଭୋଟ ଜୁନ ୧ରେ ଅନୁଷ୍ଠିତ । ଆଜି ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି । ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟ ଲୋକସଭା ନିର୍ବାଚନ ସହ ସମାନ୍ତରଳ ଭାବେ ଅନୁଷ୍ଠିତ ହେବ । ସେହିପରି ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୨୬ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବ । ମୁଖ୍ୟ ନିର୍ବାଚନ କମିଶନ ଶ୍ରୀ କୁମାରଙ୍କ ଘୋଷଣା ଅନୁଯାୟୀ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ମେ’ ୧୩, ମେ ୨୦, ମେ’ ୨୫ ଓ ଜୁନ ୧ରେ ଓଡ଼ିଶାବାସୀ ସମସ୍ତ ୧୪୭ଟି ଆସନ ପାଇଁ ଭୋଟ ଦେବେ । ଜୁନ ୪ରେ ଲୋକସଭା ସହ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବ । ଦେଶର ପ୍ରାୟ ୯୭ କୋଟି ପଞ୍ଜୀକୃତ ଭୋଟର ଇଭିଏମ ଦ୍ୱାରା ପରବର୍ତ୍ତୀ ସରକାର ଗଠନ ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ । ଏଥିପାଇଁ ୧୦.୫ ଲକ୍ଷ ଅଧିକ ବୁଥ ନିର୍ବାଚନ କମିଶନଙ୍କ ପକ୍ଷରୁ ସମଗ୍ର ଦେଶରେ ତିଆରି କରାଯିବ । ନିର୍ବାଚନକୁ ସୂଚାରରୂପେ ଶେଷ କରିବା ପାଇଁ ୧.୫ କୋଟି ପୁଲିଂ ଅଫିସର ନିଯୁକ୍ତ ହେବେ । ୫୫ ଲକ୍ଷ ଇଭିଏମ ଦ୍ୱାରା ଲୋକଙ୍କ ମତାଧିକାର ଗ୍ରହଣ କରାଯିବ । ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବ । ଏନେଇ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି । ଜମ୍ମୁ-କଶ୍ମୀରବାସୀ ମେ’ ୧୭ରେ ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଦେବେ । ୨୦୧୪ମସିହାରେ ଶେଷଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ପିଡିପି ଓ ବିଜେପି ମିଳିତ ଭାବେ ଏଠାରେ ସରକାର ଗଠନ କରିଥିଲେ । କିନ୍ତୁ ୨୦୧୭ମସିହାରେ ବିଜେପି ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର କରି ନେବାରୁ ମେଣ୍ଟ ଭାଙ୍ଗି ଯାଇଥିଲା । ସେବେ ଠାରୁ ଆଉ ଜମ୍ମୁ-କଶ୍ମୀରରେ ମତଦାନ ହୋଇ ନଥିଲା । ୨୦୧୯ମସିହାରେ ବିଜେପି ଏକାକୀ ୩୦୩ ଲୋକସଭା ଆସନ ଜିତିଥିବା ବେଳେ କଂଗ୍ରେସ କେବଳ ୫୨ଟି ଆସନ ଜିତିବାକୁ ସକ୍ଷମ ହୋଇଥିଲା । ଏଥର ବିଜେପି ୩୭୦ ଆସନ ଜିତିବ ବୋଲି ଲକ୍ଷ୍ୟ ରଖିଛି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ