ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

News by Padmalochan Mishra (Cuttack)

#କଟକ(ଏନ୍‌.ଏମ୍‌.): ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଶପଥପାଠ କରାଇଛନ୍ତି । ସୂଚନାଯୋଗ୍ୟ ଯେ, ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ତାଳପତ୍ରଙ୍କୁ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ । ଜଷ୍ଟିସ ତାଳପତ୍ର ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବିଚାରପତି ରୂପେ ଅବସ୍ଥାପିତ ଅଛନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ଼, ବିଚାରପତି ସଞ୍ଜୟ କିଷନ କୌଲ ଓ ବିଚାରପତି ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଅଗଷ୍ଟ ୨୦୨୩ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌.ମୁରଲୀଧରଙ୍କ ଅବସର ଯୋଗୁଁ ମୁଖ୍ୟ ବିଚାରପତି ପଦ ଖାଲି ହେଉଥିବାରୁ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନିଯୁକ୍ତିର ଆବଶ୍ୟକତାକୁ ନେଇ ପ୍ରସ୍ତାବରେ ଉଲ୍ଲେଖ କରିଥିଲେ । ଜଷ୍ଟିସ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ୨୦୨୨ ମସିହା ଜୁନ ୧୦ତାରିଖରୁ କାର୍ଯ୍ୟ କରୁଛନ୍ତି । ଦୁଇଟି ହାଇକୋର୍ଟର ବିଚାରପତି ରୂପେ କାର୍ଯ୍ୟ କରିଥିବାରୁ ନ୍ୟାୟ ବିତରଣ କରିବାରେ ତାଙ୍କର ଯଥେଷ୍ଟ ଅଭିଜ୍ଞତା ରହିଛି ବୋଲି କଲେଜିୟମ ପ୍ରସ୍ତାବରେ ଉଲ୍ଲେଖ କରିଥିଲେ । ତ୍ରିପୁରା ହାଇକୋର୍ଟ ୨୦୧୩ ମସିହାରୁ ସ୍ଥାପନ ହେବା ପର ଠାରୁ ଆଜି ପର୍ଯ୍ୟନ୍ତ ଏହାର ବିଚାରପତି ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ମଧ୍ୟରେ ପ୍ରତିନିଧିତ୍ୱ ପାଇନାହାନ୍ତି । ସମସ୍ତ ପ୍ରାସଙ୍ଗିକ କାରଣଗୁଡ଼ିକ ଉପରେ ଧ୍ୟାନ ଦିଆଯାଇ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ଉପଯୁକ୍ତ ବୋଲି କଲେଜିୟମ କହିଥିଲେ । ୧୯୬୧ମସିହା ଅକ୍ଟୋବର ୪ ତାରିଖରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମିତ ଜଷ୍ଟିସ ତାଳପତ୍ର କଲିକତା ବିଶ୍ୱବଦ୍ୟାଳୟରେ ଆର୍ଟସ ଆଣ୍ଡ ଲ’ ରେ ସ୍ୱାତକ କରିବା ପରେ ୧୦୯୦ ମସିହା ସେପ୍ଟେମ୍ବର ୧୨ତାରିଖରୁ ଆସାମ, ନାଗାଲାଣ୍ଡ, ମେଘାଳୟ, ମଣିପୁର, ତ୍ରିପୁରା, ମିଜୋରାମ ଓ ଅରୁଣାଚଳ ପ୍ରଦେଶ ବାର କାଉନସିଲ ଦାୟିତ୍ୱରେ ଥିଲେ । ୨୦୦୪ ମସିହା ଡିସେମ୍ବର୨୧ତାରିଖରେ ସେ ବରିଷ୍ଠ ଆଇନଜୀବୀରୁପେ ପଦୋନ୍ନତି ପାଇଥିଲେ । ୨୦୧୯ ନଭେମ୍ବରରେ ସେ କିଛି ଦିନ ତ୍ରିପୁରା ହାଇକୋର୍ଟରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇଥିଲେ । ତେବେ ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ଭାବେ ଜଷ୍ଟିସ ତାଳପତ୍ର ଶପଥ ନେବା ସମୟରେ ହାଇକୋର୍ଟର ସମସ୍ତ ବିଚାରପତି, ବିଚାରବିଭାଗୀୟ ଅଧିକାରୀ, ସମସ୍ତ ବାରର କର୍ମକର୍ତ୍ତା ଉପସ୍ଥିତଥିଲେ ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି