ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମୟୀ ମିଶ୍ର

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମୟୀ ମିଶ୍ର

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମୟୀ ମିଶ୍ର

News by Dillip Kumar Muduli (BBSR)

#ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷ ଭାବେ ଶ୍ରୀମୟୀ ମିଶ୍ର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ଶ୍ରୀୟାଛକ ନିକଟସ୍ଥ ବୋର୍ଡ କାର୍ଯ୍ୟାଳୟରେ ରାଜ୍ୟ ଶ୍ରମ ଆୟୁକ୍ତ ତଥା ବୋର୍ଡ ସଦସ୍ୟ ସଚିବ ଡକ୍ଟର ଏନ୍‌. ଥିରୁମାଳା ନାଏକ ଓ ଅନ୍ୟ ଅଧିକାରୀମାନଙ୍କ ଉପସ୍ଥିତିରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶକୁ ପାଥେୟ କରି ତୃଣମୂଳସ୍ତରରେ ଶ୍ରମିକମାନଙ୍କ କଲ୍ୟାଣ ନିମନ୍ତେ କାର୍ଯ୍ୟ କରିବେ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି ।
ଏହି ଅବସରରେ ବୋର୍ଡ ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ ସରକାର ସର୍ବଦା ସେମାନଙ୍କ ପାଖରେ ବିକାଶକୁ ପହଞ୍ଚାଇବାକୁ ପ୍ରାଥମିକତା ଦେଇଆସୁଛନ୍ତି । ଏବେ ପ୍ରାୟ ୩୬ଲକ୍ଷ ନିର୍ମାଣ ଶ୍ରମିକ ପଞ୍ଜିକୃତ ହୋଇଛନ୍ତି ତଥା ସେମାନଙ୍କର କଲ୍ୟାଣ ନିମନ୍ତେ ରାଜ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ କାର୍ଯ୍ୟ କରି ଆସୁଛି । ବିଭିନ୍ନ ଯୋଜନାରେ ବୋର୍ଡ ପକ୍ଷରୁ ଚଳିତବର୍ଷ ମାର୍ଚ୍ଚ ଶେଷସୁଦ୍ଧା ମୋଟ ପ୍ରାୟ ୨୪ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ମୋଟ ୨୬୬୩ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇ ସାରିଛି । ଆଗାମୀ ଦିନରେ ରାଜ୍ୟବ୍ୟାପୀ ଅଧିକରୁ ଅଧିକ ନିର୍ମାଣ ଶ୍ରମିକଙ୍କୁ ପଞ୍ଜିକୃତ କରାଇବା ସହ ସେମାନଙ୍କ ନିକଟରେ ଯୋଜନାଗୁଡ଼ିକର ସୁଫଳ ତୃଣମୂଳସ୍ତରରେ ପହଞ୍ଚାଇବା ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯିବ । ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ବୋର୍ଡରେ ରାଜ୍ୟ ସରକାରଙ୍କ ‘ଫାଇଭ-ଟି’ ଉପକ୍ରମ ଓ ‘ମୋ ସରକାର’ ମତାମତ ସଂଗ୍ରହ ପ୍ରକ୍ରିୟାକୁ ସଠିକ କାର୍ଯ୍ୟକାରୀ କରାଇ ବୋର୍ଡର କାର୍ଯ୍ୟକୁ କିଭଳି ଆହୁରି ଅଧିକ ସହଜ ଓ ଲୋକାଭିମୁଖୀ କରାଯାଇ ପାରିବ ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି । ସେ ପୁଣି କହିଛନ୍ତି ଯେ, ତାଙ୍କ ଉପରେ ଭରସା କରି ମୁଖ୍ୟମନ୍ତ୍ରୀ ରାଜ୍ୟର ପଞ୍ଜିକୃତ ଗରିବ ନିର୍ମାଣ ଶ୍ରମିକମାନଙ୍କ କଲ୍ୟାଣ ନିମନ୍ତେ ଯେଉଁ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦ ତଥା ସମସ୍ତଙ୍କ ସହଯୋଗରେ ସୁଚାରୂ ରୂପେ ତୁଲାଇବାକୁ ପ୍ରୟାସ କରିବି । ସୂଚନା ଯୋଗ୍ୟ ଯେ, ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷ ଭାବେ ଶ୍ରୀମତୀ ମିଶ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ବୋର୍ଡର ଅଧ୍ୟକ୍ଷ ଭାବେ ସୁବାସ ସିଂ ଓ ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ କାର୍ଯ୍ୟ କରିସାରିଛନ୍ତି ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି