କଂଗ୍ରେସର ବନ୍ଦ ପାଳନକୁ ଝଟ୍‌କା: ଜୋର ଜବରଦସ୍ତ ବନ୍ଦ କରିପାରିବନି- ହାଇକୋର୍ଟ

କଂଗ୍ରେସର ବନ୍ଦ ପାଳନକୁ ଝଟ୍‌କା: ଜୋର ଜବରଦସ୍ତ ବନ୍ଦ କରିପାରିବନି- ହାଇକୋର୍ଟ

କଂଗ୍ରେସର ବନ୍ଦ ପାଳନକୁ ଝଟ୍‌କା: ଜୋର ଜବରଦସ୍ତ ବନ୍ଦ କରିପାରିବନି- ହାଇକୋର୍ଟ


#କଟକ(ଏନ୍‍.ଏମ୍‍.): ମମିତା ମେହେର ହତ୍ୟା ମାମଲାରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରା ପ୍ରସଙ୍ଗରେ ହାଇକୋର୍ଟ ଅଙ୍କୁଶ ଲଗାଇଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବନ୍ଦ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି । ବନ୍ଦ କରିବା ବଦଳରେ ହରତାଳ କରିହେବ । ହେଲେ ଜୋର ଜବରଦସ୍ତି କାହାରିକୁ ବନ୍ଦ କରିପାରିବେ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମମିତା ମେହେର ହତ୍ୟା ଘଟଣାରେ ଆସନ୍ତାକାଲି ଅର୍ଥାତ ନଭେମ୍ବର ୧୨ ତାରିଖରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଘୋଷଣା କରିଥିଲା । ଏହି ସମୟରେ ଦୋକାନ ବନ୍ଦ କରିବାକୁ କୁହାଯାଇଥିଲା । କିନ୍ତୁ ଏହା ବିରୋଧରେ କଟକର ଜଣେ ବ୍ୟବସାୟୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏହି ମାମଲାର ଶୁଣାଶି କରି ହାଇକୋର୍ଟ କହିଛନ୍ତି ଯେ, ସୁପ୍ରିମ୍ କୋର୍ଟଙ୍କ ନିର୍ଦ୍ଦେଶାନାମା ରହିଛି, ଯେଉଁ ଆଧାରରେ କୌଣସି ପ୍ରକାରରେ ଜବରଦସ୍ତି ବନ୍ଦ କରାଯାଇପାରିବ ନାହିଁ । ତେଣୁ ବନ୍ଦ ବଦଳରେ କେବଳ ହରତାଳ କରିପାରିବେ ବୋଲି ହାଇକୋର୍ଟ କହିଛନ୍ତି । ଏଥିସହିତ କୌଣସି ଗାଡ଼ିମୋଟର ଅଟକାଇ ପାରିବେ ନାହିଁ କି ରେଳରୋକ କିମ୍ବା ରାସ୍ତାରୋକ କରାଯାଇ ପାରିବ ନାହିଁ । ସୁପ୍ରିମ୍ କୋର୍ଟଙ୍କ ନିର୍ଦ୍ଦେଶାନାମା ଅନୁଯାୟୀ, ଅଖ ଓ ଚକ ବନ୍ଦ ଏକ ବେଆଇନ୍ କାମ ବୋଲି ହାଇକୋର୍ଟ କହିଛନ୍ତି । ହାଇକୋର୍ଟଙ୍କ ଏହି ଶୁଣାଣି ସମୟରେ କଂଗ୍ରେସର କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବୀ ବିଶ୍ୱାଳ, କମିଶନରେଟ୍ ପୁଲିସ୍ ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ଡିଜିପି ପୁଲିସ୍ ମଧ୍ୟ ଉପସ୍ଥିତ ଥିଲେ । ସମସ୍ତେ ଭର୍ଚୁଆଲୀ ଉପସ୍ଥିତ ରହିଥିଲେ ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ