କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି


#ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି ଦେଶରେ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳରେ ପ୍ରସ୍ତୁତି ଆରମ୍ଭ ହୋଇଛି । ନେତାମାନେ କିଭଳି ଜନତାଙ୍କୁ ନିଜ ଆଡକୁ ଆକୃଷ୍ଟ କରି ପାରିବେ ସେ ନେଇ ଜୋରଦାର ଉଦ୍ୟମ ଚଳାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆସନ୍ତା ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି । ୬ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ତାଙ୍କୁ ସ୍ୱାଗତ କରାଯିବ । ପିସିସି ସଭାପତି ଶରତ ପଟ୍ଟନାୟକ ଆଜି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ୬ ତାରିଖ ସନ୍ଧ୍ୟାରେ ରାହୁଲ ଗାନ୍ଧି ବୀରମିତ୍ରପୁରରେ ପହଞ୍ଚିବେ । ସେହିଠାରେ ତାଙ୍କୁ ସ୍ୱାଗତ କରାଯିବ । ୩ଟି ସାଂଗଠନିକ ଜିଲ୍ଲାରେ ରାହୁଲଙ୍କର ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି । ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ାରେ ୭ ଓ ୮ରେ କାର୍ଯ୍ୟକ୍ରମ ରହିଛି । ରାଉରକେଲାରେ ରାହୁଲ ଗାନ୍ଧି ରୋଡ ଶୋ’ କରିବେ । ଏବେ କିଛି ଦିନ ରାହୁଲ ଗାନ୍ଧିଙ୍କ କାର୍ଯ୍ୟକ୍ରମ ଓଡ଼ିଶାରେ ଚାଲିବ । ପରେ ଏଆଇସିସିର ନେତାମାନେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ସଭାପତି ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, କଂଗ୍ରେସ ନେତା ରାହୁଲ ଗାନ୍ଧି ନିଜର ‘ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା’ରେ ଓଡ଼ିଶାର ୪ଟି ଜିଲ୍ଲାରେ ପଦଯାତ୍ରା କରିବେ । କିଛି ଦିନ ତଳେ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ନିଜର ଏକ୍ସ ହ୍ୟାଣ୍ଡେଲରେ ଏ ସମ୍ପର୍କରେ ସୂଚନା ଦେଇଥିଲେ । ସେ କହିଥିଲେ- ରାହୁଲ ଗାନ୍ଧି ଝାଡ଼ଖଣ୍ଡର ଜାମସେଦପୁର ବାଟ ଦେଇ ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ପ୍ରବେଶ କରିବେ । ସେ ଓଡ଼ିଶାର ୩୪୧ କିମି ରାସ୍ତାକୁ ଅତିକ୍ରମ କରିବେ । ଏଥିରେ ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲା ରହିଛି । ଝାରସୁଗୁଡ଼ା ଜିଲ୍ଲାରେ ସେ ଅଧିକ ସମୟ ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି । ଝାରସୁଗୁଡ଼ା ଅତିକ୍ରମ କରି ସେ ଛତିଶଗଡ଼ ଭିତରେ ପ୍ରବେଶ କରିବେ ବୋଲି ସୂଚନା ଦିଆଯାଇଛି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ