କଟକରେ ଖବରକାଗଜ ହକରମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ

କଟକରେ ଖବରକାଗଜ ହକରମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ

କଟକରେ ଖବରକାଗଜ ହକରମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ


କଟକ(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଖବରକାଗଜ ହକରମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ ଭିଡ଼ିଓ କନ୍‌ଫରେନସିଙ୍ଗ ଜରିଆରେ କରିଛନ୍ତି । ଏହି ଅବସରରେ ପ୍ରତ୍ୟେକ ହକରମାନଙ୍କୁ ୬୦୦୦ଟଙ୍କା ସହାୟତା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟ ଜରିଆରେ ପ୍ରଦାନ କରାଯାଇଛି । ଆଜି ଏହି ପରିପ୍ରେକ୍ଷୀରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ସହିଦ ଭବନ ପ୍ରେକ୍ଷାଳୟ ଠାରେ କଟକ ଜିଲ୍ଲାର ୧୫୦ରୁ ଉର୍ଦ୍ଧ୍ୱ ହକରମାନଙ୍କ ଉପସ୍ଥିତିରେ ଆଭାସୀ ମାଧ୍ୟମରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସୂଚନା ଯୋଗ୍ୟ ଯେ, ସମଗ୍ର କଟକ ଜିଲ୍ଲାରେ ୮୨୨ଜଣ ହକରଙ୍କୁ ପଞ୍ଜିକରଣ କରାଯାଇ ସେମାନଙ୍କ ବ୍ୟାଙ୍କ ଖାତାକୁ ସହାୟତା ରାଶି ପ୍ରଦାନ କରାଯାଇଛି । ଏହି ଆଭାସୀ କାର୍ଯ୍ୟକ୍ରମରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ଡାକ୍ତର ପ୍ରମୋଦ କୁମାର ମଲ୍ଲିକ, ବିଧାୟକ ସୌଭିକ ବିଶ୍ୱାଳ, ଜିଲ୍ଲାପାଳ ଭବାନୀଶଙ୍କର ଚୟନୀ, ସିଏମସି କମିଶନର ଅନନ୍ୟା ଦାସ, ସୂଚନା ଓ ଲୋକ ସମ୍ପର୍କ ବିଭାଗର କେନ୍ଦ୍ରାଞ୍ଚଳ ଉପ-ନିର୍ଦ୍ଦେଶକ ଅଶୋକ କୁମାର ଷଢଙ୍ଗୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ଶିକ୍ଷା ଓ ନିଯୁକ୍ତି