କରୋନା ସଂକ୍ରମଣ ମୁକାବିଲା ପାଇଁ ଟୀକା ଉପରେ ଗୁରୁତ୍ୱ : ସମ୍ମୁଖ ଯୋଦ୍ଧା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୁଷ୍ଟର ଡୋଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କରୋନା ସଂକ୍ରମଣ ମୁକାବିଲା ପାଇଁ ଟୀକା ଉପରେ ଗୁରୁତ୍ୱ : ସମ୍ମୁଖ ଯୋଦ୍ଧା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୁଷ୍ଟର ଡୋଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କରୋନା ସଂକ୍ରମଣ ମୁକାବିଲା ପାଇଁ ଟୀକା ଉପରେ ଗୁରୁତ୍ୱ
ସମ୍ମୁଖ ଯୋଦ୍ଧା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୁଷ୍ଟର ଡୋଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ


କଟକ(ଏନ୍‌.ଏମ୍‌.): ସମ୍ପ୍ରତି ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଏହାକୁ ମୁକାବିଲା କରିବା ପାଇଁ ଯଥେଷ୍ଟ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । କରୋନା ବା ନୂଆ ଭ୍ୟାରିଆଣ୍ଟ ଓମିକ୍ରନ ହେଉ ଏହାର ସଂକ୍ରମଣ କିଭଳି ହ୍ରାସ କରାଯାଇ ପାରିବ ସେ ନେଇ ପଦକ୍ଷେପ ନେବାକୁ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥି ସହିତ କରୋନା ଟୀକା ଦାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ସମସ୍ତ ସମ୍ମୁଖ ଯୋଦ୍ଧାଙ୍କୁ କରୋନା ଟୀକା ଅଗ୍ରାଧିକାର ଭିତ୍ତିରେ ବୁଷ୍ଟର ଡୋଜ ଦେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଗଣମାଧ୍ୟମ କର୍ମକର୍ତ୍ତାଙ୍କୁ ମଧ୍ୟ ବୁଷ୍ଟର ଡୋଜ ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ