କିରାଣୀ ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ

କିରାଣୀ ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ

କିରାଣୀ ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ


#କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦ୍ରାପଡା ଚକବନ୍ଦୀ କମିଶନରଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ଜିତେନ୍ଦ୍ର ସେନାପତି । ଜମିଜମା ସମ୍ପର୍କିତ ମାମଲାର ରଫାଦଫା କରିବା ପାଇଁ ଜଣେ ମହିଳାଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଭିଜିଲାନ୍ସ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା କରିଥିବା ଜଣାଯାଇଛି । ଗାୟତ୍ରୀ ମିଶ୍ରଙ୍କ ନାମକ ଜଣେ ମହିଳାଙ୍କ ଠାରୁ ଏକ ଜମିଜମା ସମ୍ପର୍କିତ ମାମଲାର ରଫାଦଫା କରିବା ପାଇଁ କିରାଣୀ ଶ୍ରୀ ସେନାପତି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ସେହି ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରି ଥିଲେ । ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା । ଲାଞ୍ଚ ନେଇ ଧରାପଡ଼ିବା ପରେ ଜିତେନ୍ଦ୍ରଙ୍କ ଭଡାଘର ସମେତ ତାଳସଙ୍ଗା ସ୍ଥିତ ପୈତୃକ ଘରେ ଭିଜିଲାନ୍ସ ବିଭାଗର ଦୁଇଟି ଟିମ ଚଢ଼ାଉ କରିଛନ୍ତି । ଏହାସହ ଜିତେନ୍ଦ୍ରଙ୍କୁ ଭିଜିଲାନ୍ସ ଡ଼ିଏସପିଙ୍କ କାର୍ଯ୍ୟାଳୟକୁ ଆଣି ପଚରାଉଚରା କରାଯାଇଛି । ଏନେଇ ଭିଜିଲାନ୍ସ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।

Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ