କୃଷି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମାଣ୍ଡିଆ ଦିବସ ପାଳନ ପ୍ରସ୍ତୁତି ବୈଠକ

କୃଷି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମାଣ୍ଡିଆ ଦିବସ ପାଳନ ପ୍ରସ୍ତୁତି ବୈଠକ

କୃଷି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମାଣ୍ଡିଆ ଦିବସ ପାଳନ ପ୍ରସ୍ତୁତି ବୈଠକ
ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣୀୟତା ବୃଦ୍ଧି ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱ

News by I&PR Odisha

#ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତା ନଭେମ୍ବର ୧୦ ତାରିଖ ମାର୍ଗଶୀର ମାସ ପ୍ରଥମ ଗୁରୁବାରରେ ପ୍ରଥମ ଥର ପାଇଁ ସାରା ରାଜ୍ୟରେ ‘ମାଣ୍ଡିଆ ଦିବସ ପାଳନ’ ମାଣ୍ଡିଆ ଚାଷକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କ ମଧ୍ୟରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣୀୟତା ବୃଦ୍ଧି କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।
କୃଷି ଭବନଠାରେ ଆୟୋଜିତ ମାଣ୍ଡିଆ ଦିବସ ପାଳନ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ, ରାଜ୍ୟ ସରକାର ମାଣ୍ଡିଆ ଚାଷ ନିମନ୍ତେ ୩ ବର୍ଷ ପାଇଁ ହେକଫର ପିଛା ୧୦ ହଜାର ଟଙ୍କା ଆର୍ôଥକ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରି ୫ ବର୍ଷ ପାଇଁ ହେକଫର ପିଛା ୨୬ ହଜାର ୫୦୦ ଟଙ୍କା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଅତିରିକ୍ତ ୧୧ଟି ଜିଲ୍ଲାର ୩୪ଟି ବ୍ଲକକୁ ଓଡ଼ିଶା ମିଲେଟ ମିଶନକୁ ସଂପ୍ରସାରିତ କରାଯାଇଛି । ଫଳରେ ରାଜ୍ୟର ୩୦ଟି ଜିଲ୍ଲାର ୧୭୭ଟି ବ୍ଲକର ଓଡ଼ିଶା ମିଲେଟ୍ ମିଶନ କାର୍ଯ୍ୟ କରୁଛି । ମାଣ୍ଡିଆ ଚାଷ ନିମନ୍ତେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି । ଏଥି ସହିତ ବର୍ଷାପୁଷ୍ଟ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ପଦକ୍ଷେପ ନିଆଯାଇଛି ଏବଂ ବୃହତ୍ ଉଠାଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଉଛି । ମାଣ୍ଡିଆ ଚାଷ ମାଧ୍ୟମରେ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହଛନ୍ତି । ନଭେମ୍ବର ୧୦ ତାରିଖରେ କୃଷି ଭବନଠାରେ ମାଣ୍ଡିଆ ଦିବସ ପାଳନ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା । ଓଡ଼ିଶା ଭାରତବର୍ଷର ପ୍ରଥମ ରାଜ୍ୟ ଭାବରେ ମିଲେଟ ଦିବସ ପାଳନ କରୁଛି । ଏହି ଉପଲକ୍ଷେ ମାଣ୍ଡିଆର ମହତ୍ତ୍ୱ ପ୍ରତି ଜନସଚେତନତା ବୃଦ୍ଧି ନିମନ୍ତେ ମାଣ୍ଡିଆ ରଥ ପରିଭ୍ରମଣ କରିବ । ଏଥି ସହିତ ସମ୍ବାଦପତ୍ର, ବୈଦ୍ୟୁତିକ ଗଣମାଧ୍ୟମ, ସୋସିଆଲ୍ ମିଡିଆ ମାଧ୍ୟମରେ ବ୍ୟାପକ ପ୍ରଚାରପ୍ରସାର ପାଇଁ ସ୍ଥିର ହୋଇଛି । ବିଭିନ୍ନ ସ୍ଥାନରେ ଆକର୍ଷଣୀୟ ହୋଡ଼ିଂ ଲଗାଯିବ । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ବିଦ୍ୟାଳୟସ୍ତରରେ କୁଇଜ୍ ପ୍ରତିଯୋଗିତା, ଫୁଡ଼୍ ଫେଷ୍ଟିଭାଲ ପ୍ରଦର୍ଶନୀ ଆଦିର ଆୟୋଜନ କରାଯିବ । ଏହି ଉପଲକ୍ଷେ କୃଷି ଭବନଠାରେ ମଧ୍ୟ ଏକ ଆକର୍ଷଣୀୟ ପ୍ରଦର୍ଶନୀର ଆୟୋଜନ କରାଯିବ । ଏଥି ସହ ସଫଳ ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ସଂପ୍ରସାରଣ ଅଧିକାରୀଙ୍କୁ ପୁରସ୍କାର ଓ ସମ୍ବର୍ଦ୍ଧନା ପ୍ରଦାନ କରାଯିବ । ମାଣ୍ଡିଆ ଦିବସ ଅବସରରେ ରେଷ୍ଟୁରାଣ୍ଟ ଆସୋସିଏସନ୍ ସହଯୋଗରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ପରସା ଯିବା ପାଇଁ ବୈଠକରେ ସ୍ଥିର କରାଯାଇଛି । ଚଳିତ ବର୍ଷ ବାଲିଯାତ୍ରା ସହ ଅନ୍ୟ ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ମହୋତ୍ସବମାନଙ୍କରେ ମାଣ୍ଡିଆର ବହୁଳ ବ୍ୟବହାର ଓ ପ୍ରଚାରପ୍ରସାର ନିମନ୍ତେ ବୈଠକରେ ନିଷ୍ପତ୍ତି ନିଆଯାଇଛି । ୨୦୨୩ ମସିହାକୁ ଆନ୍ତର୍ଜାତିକ ମିଲେଟ ବର୍ଷ ଭାବରେ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ରାଜ୍ୟରେ ମିଲେଟ ବର୍ଷ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରାଯିବା ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ମାଣ୍ଡିଆ ଦିବସ ପାଳନର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିବା ସହ ବିଭିନ୍ନ ବିଭାଗର ସହଭାଗିତାରେ ମାଣ୍ଡିଆର ପ୍ରସାର କରାଯାଉଛି ବୋଲି ପ୍ରକାଶ କରିଥିଲେ । ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ ।

Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି