ଖପ୍ରାଖୋଲରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି: ୫୦ଅଭିଯୋଗ ସମାଧାନ
#ପାଟଣାଗଡ଼(ଏନ୍.ଏମ୍.): ସ୍ଥାନୀୟ ଖପ୍ରାଖୋଲ ବ୍ଲକ୍ ସଭା ଗୃହ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସବାୱାଲ, ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରି ଯୋଗଦେଇ ଅଭିଯୋଗଗୁଡ଼ିକର ଶୁଣାଣି କରିଥିଲେ । ଏହି ଅବସରରେ ମୋଟ ୫୦ଟି ଅଭିଯୋଗ ଶୁଣାଣି କରିଥିବା ବେଳେ ୪୬ଟି ବ୍ୟକ୍ତିଗତ ଓ ୪ଟି ଗୋଷ୍ଠିଗତ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ମଧ୍ୟରୁ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଡିଏଫ୍ଓ ସୁଦର୍ଶନ ବେହେରା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁବାଷ ଚନ୍ଦ୍ର ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅର୍ଜୁନ ବେହେରା, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ, ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ତହସିଲଦାର ଆଦିତ୍ୟ କୁମାର ମିଶ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ କୁଳମଣି ଭୋଇ, ଜିପିଇଓ ପରମେଶ୍ୱର ନାଏକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ, ଉପଖଣ୍ଡସ୍ତରୀୟ ଓ ବ୍ଲକ୍ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।