ଛେଚିବ ବର୍ଷା, ୧୪ରେ ଲଘୁଚାପ!

ଛେଚିବ ବର୍ଷା, ୧୪ରେ ଲଘୁଚାପ!

ଛେଚିବ ବର୍ଷା, ୧୪ରେ ଲଘୁଚାପ!
ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏନେଇ ସୂଚନା ଦିଆଯାଇଛି ।
ଏହି ସୂଚନା ଅନୁଯାୟୀ, ନଭେମ୍ବର ୧୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଗତ ୨୪ ଘଣ୍ଟାର ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରଭାବ ରାଜ୍ୟ ଉପରେ ନାହିଁ । ତେଣୁ ଆଗାମୀ ୪ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ । ତେବେ ୧୫ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲା ସମେତ ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୬ ତାରିଖରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୧୭ ତାରିଖରେ ଉତ୍ତର ଉପକୂଳ ଜିଲ୍ଲା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ