ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି


କଟକ(ଏନ୍‌.ଏମ୍‌.): ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି । ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା, ପୁଲିସ ଡିଜି ଓ ପୁଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ୧୯୮୪ ମସିହାରେ ରେଭେନ୍ସା କଲଜିଏଟ ସ୍କୁଲରୁ ମାଟ୍ରିକ ପାସ କରିବା ପରେ ରେଭେନ୍ସା ମହାବିଦ୍ୟାଳୟରୁ ଉଚ୍ଚଶିକ୍ଷା ଶେଷ କରିଥିଲେ । ଏହାପରେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲଏଲବି କରିବା ପରେ ୧୯୯୫ରେ ରାଜ୍ୟ ଆଇନଜୀବୀ ପରିଷଦରେ ଆଇନଜୀବୀ ଭାବେ ପଞ୍ଜିକୃତ ହୋଇଥିଲେ । ସେହି ବର୍ଷରୁ ସେ ଓଡିଶା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଶପଥ ନେବା ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ ରେ ପହଞ୍ଚିଛି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି