‘ଜିମସାର’ରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

‘ଜିମସାର’ରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ଫଟୋ- ସ୍ମୃତିରଞ୍ଜନ ତ୍ରିପାଠୀ

କଟକ(ଏନ୍‌.ଏମ୍‌.): କଟକ ଜିଲ୍ଲା ଆଠଗଡ଼ ବ୍ଲକ ଅଞ୍ଚଳରେ ଥିବା ଗୋପବନ୍ଧୁ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଜିମସାର)ରେ ଆଜି ମୁଖ୍ୟଅତିଥି ଭାବେ ଯୋଗଦେଇଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପ୍ରସ୍ତାବିତ ବହୁତଳ ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବରେ ରାଜ୍ୟପାଳ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜିମସାରର ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପ୍ରସ୍ତାବିତ ବହୁତଳ ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଅନାବରଣ କରି ଭାରତର ସଂସ୍କୃତି ସାରା ବିଶ୍ୱରେ ଅନନ୍ୟ ବୋଲି କହିଥିଲେ । ତେଣୁ ଭାରତରେ ଭଗବାନ ବାସ କରନ୍ତି ବୋଲି ରାଜ୍ୟପାଳ ବିଭିନ୍ନ ବାଖ୍ୟା କରି ମତପ୍ରକାଶ କରିଥିଲେ । ଏହି ପରିପ୍ରେକ୍ଷୀରେ ମାନବ ସେବା ମାଧବ ସେବା ସହ ସମାନ ବୋଲି ରାଜ୍ୟପାଳ କହିବା ସହ ଜିମସାରର ମୁଖ୍ୟ ଉଦ୍ଦେଶ୍ୟ ଗୋପବନ୍ଧୁଙ୍କ ଆଦର୍ଶକୁ ଅକ୍ଷର ଅକ୍ଷରରେ ପାଳନ କରିଥିବା କହିଥିଲେ । ଏହି କାର୍ଯ୍ୟକ୍ରମରେ ଲୋକସେବକ ମଣ୍ଡଳ ଓଡ଼ିଶା ଶାଖା ଅଧ୍ୟକ୍ଷ ତଥା ଜିମସାର ଅଧ୍ୟକ୍ଷ ନିରଞ୍ଜନ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବକ ମଣ୍ଡଳ ରାଷ୍ଟ୍ରୀୟ ସମ୍ପାଦକ ଡକ୍ଟର ପ୍ରଭାସ ଆଚାର୍ଯ୍ୟ, ଆଜୀବନ ସଦସ୍ୟ ରାଜେନ୍ଦ୍ର ଜେନା, ‘ସମାଜ’ର କାର୍ଯ୍ୟକାରୀ ସମ୍ପାଦକ ସୁଶାନ୍ତ ମହାନ୍ତି, ଜିମସାର ଚିକିତ୍ସା ବିଦ୍ୟାଳୟର ମୁଖ୍ୟ ଚିକିତ୍ସାଧିକାରୀ ପଦ୍ମଚରଣ ଦାସ, ନର୍ସିଂ ମହାବିଦ୍ୟାଳୟର ଅଧ୍ୟକ୍ଷା ରାଜଶ୍ରୀ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *