ଡିଆଇପିଆରଓମାନଙ୍କ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଡିଆଇପିଆରଓମାନଙ୍କ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଡିଆଇପିଆରଓମାନଙ୍କ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

News by I&PR Odisha

ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଭୁବନେଶ୍ୱରସ୍ଥିତ ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ପ୍ରତିଷ୍ଠାନ ଠାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ତିନିଦିନିଆ ହିସାବ ରକ୍ଷଣ ଓ ବିତ୍ତୀୟ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଉଦ୍‌ଯାପିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ କହିଥିଲେ ଯେ, ଏହା ଦ୍ୱାରା ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ଅଧିକ ସୁଦୃଢ଼ ହେବ । ଆଗାମୀ ଦିନରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଏହିପରି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ପ୍ରକାଶ କରିଥିଲେ । ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ବିଭିନ୍ନ ବିଷୟ ନେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ଏହି ପ୍ରଶିକ୍ଷଣ ଗୁଣାତ୍ମକ ଥିଲା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀମାନଙ୍କ ପାଇଁ ଏହା ଲାଭଦାୟକ ହୋଇଛି ବୋଲି ଡିଆଇପିଆରଓମାନେ ମତ ଦେଇଥିଲେ । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରମାଣପତ୍ର ପ୍ରଦାନ କରିଥିଲେ ।
ସୂଚନାଯୋଗ୍ୟ ଯେ, ଏହି ତିନିଦିନିଆ ପ୍ରଶିକ୍ଷଣ ଶିବିରରେ ବଜେଟ୍ ପ୍ରସ୍ତୁତି, ପେନ୍‌ସନ୍ ନିୟମ, ସରକାରୀ ବିତ୍ତୀୟ ବ୍ୟବସ୍ଥା ଓ ଅଡିଟ୍‌, ଆୟକର ପ୍ରଦାନରେ ଟିଡିଏସ୍ ବ୍ୟବସ୍ଥା, ଜିଏସ୍‌ଟି, ଜିଇଏମ୍ ପୋର୍ଟାଲ ଆଦି ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା । ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଗୁରବୀର ସିଂ, ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ପ୍ରତିଷ୍ଠାନର ଯୁଗ୍ମ ନିର୍ଦ୍ଦେଶିକା ଚିରସ୍ମିତା ସାହୁ ଏବଂ ଉପନିର୍ଦ୍ଦେଶକ ଭାନୁମଙ୍ଗଳ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି