ତାଜା ସୂଚନା: ଆସୁଛି ଆଉଏକ ଲଘୁଚାପ!

ତାଜା ସୂଚନା: ଆସୁଛି ଆଉଏକ ଲଘୁଚାପ!

ତାଜା ସୂଚନା: ଆସୁଛି ଆଉଏକ ଲଘୁଚାପ! ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ଏସଆରସି


#ଭୁବନେଶ୍ୱର (ଏନ.ଏମ୍‌.): ପୁଣି ଆସୁଛି ଆଉ ଏକ ଲଘୁଚାପ । ଏ ନେଇ ରାଜ୍ୟରେ କୌଣସି ବିପର୍ଯ୍ୟୟ ଆସିବା ପୂର୍ବରୁ ଜନସଧାରଣଙ୍କୁ ସତର୍କ କରାଇ ଦେଇଛନ୍ତି ଏସଆରସି । ଏଥି ସହିତ ସମସ୍ତ ଜିଲ୍ଲାପାଳମାନଙ୍କୁ ମଧ୍ୟ ସଜାଗ ରହିବା ପାଇଁ ଏସଆରସି ଚିଠି ଲେଖିଛନ୍ତି । ତେବେ ଦକ୍ଷିଣ ଆଣ୍ଡାମାନ ସାଗରରେ ଆସନ୍ତା ୩୦ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି । ତେଣୁ ସମ୍ଭାବ୍ୟ ଲଘୁଚାପ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଏସଆରସି ଚିଠି ଲେଖିଛନ୍ତି । ଚିଠିରେ ଏସଆରସି କହିଛନ୍ତି ଯେ, ଲଘୁଚାପ ଯୋଗୁଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଉପକୂଳ ସହ ୬ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡ଼ିକ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୨ ତାରିଖ ପୂର୍ବରୁ ସମୁଦ୍ରରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।
ତେବେ ବାତ୍ୟା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ୨ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇପାରେ । ଏହି ଅବପାତ ପ୍ରଭାବରେ ଡିସେମ୍ବର ୩ରୁ ଓଡିଶା ଉପକୂଳରେ ବର୍ଷା ଆରମ୍ଭ ହୋଇପାରେ । ଏପରିକି ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ତେବେ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ବର୍ଷା ହେବା ସମ୍ଭାବନା ରହିଛି ତାହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ । ଏବେ ଧାନ ପାଚି ଅମଳ ସମୟ ହୋଇଥିବାରୁ ଏହି ବର୍ଷା ଚାଷୀଙ୍କ ପାଇଁ ଅଧିକ କ୍ଷତିଘଟାଇବାର ଆଶଙ୍କା ରହିଛି । ତେଣୁ ଚାଷୀମାନେ ମଧ୍ୟ ସଜାଗ ରହିବାର ଆବଶ୍ୟକତା ରହିଛି ।

Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ