ନବରଙ୍ଗପୁରରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ

ନବରଙ୍ଗପୁରରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ

ନବରଙ୍ଗପୁରରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ

News by Alok Sahoo (Navarang Pur)

#ନବରଙ୍ଗପୁର (ଏନ୍‌.ଏମ୍‌.): ନବରଙ୍ଗପୁର ଜିଲ୍ଲାର ସଦର ମହକୁମା ଠାରେ ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନ ପଦଯାତ୍ରା ସ୍ଥାନୀୟ ଭଣ୍ଡାର ଘରଣୀ ମନ୍ଦିର ନିକଟରୁ ମିଶନ ଶକ୍ତି ସଭା ଗୃହ ପର୍ଯ୍ୟନ୍ତ ପରିକ୍ରମା କରିଥିଲା । ଏହାକୁ ଆନୁଷ୍ଠାନିକ ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ମୁନିସିପାଲିଟି ପୌରାଧ୍ୟକ୍ଷ କୁନୁ ନାୟକ, ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ନାୟକ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଶୋଭାଯାତ୍ରା ସ୍ଥାନୀୟ ମିଶନ ଶକ୍ତି ସଭାଗୃହରେ ପହଞ୍ଚିଲା ପରେ ଜିଲ୍ଲାପାଳ ଡ. କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିପର୍ଯ୍ୟୟ ଦିବସର ତାତ୍ପର୍ଯ୍ୟ ସଂପର୍କରେ ଉପସ୍ଥିତ ଥିବା ସମସ୍ତ ମଞ୍ଚାସୀନ ଅତିଥିବୃନ୍ଦ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ମହାବାତ୍ୟାରେ ପ୍ରାଣ ହରାଇ ଥିବା ସମସ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ୧୯୯୯ ମସିହା ଅକ୍ଟୋବର ୨୯ତାରିଖ ଦିନ ରାଜ୍ୟରେ ଘଟିଥିବା ମହାବାତ୍ୟାକୁ ମନେ ପକାଇବା ସହ ସମ୍ଭାବ୍ୟ ବନ୍ୟା ବାତ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ସଜାଗ ରହି ତାର ସଫଳ ମୁକାବିଲା କରିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ରାଜ୍ୟସ୍ତରରେ ନବରଙ୍ଗପୁର ଜିଲ୍ଲା (ଡି.ଡି.ଏମ. ପି) ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଖସଡାରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରାଜ୍ୟ ସରକାରଙ୍କ ଦ୍ୱାରା ପୁରସ୍କୃତ ହୋଇଥିବାରୁ ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି । ଜିଲ୍ଲା ବିପର୍ଯ୍ୟୟ ସମୟରେ ନିଜକୁ ରକ୍ଷା କରିବା ସହ ଅନ୍ୟକୁ ରକ୍ଷା କରିବାର ଆବଶ୍ୟକ ସମ୍ପର୍କରେ ବୁଝାଇଥିଲେ । ମହାବାତ୍ୟା ପରେ ଓଡିଶା ରାଜ୍ୟ ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଶେଷ କରି ଧନ ଜୀବନ ସୁରକ୍ଷା ରେ ଅଦ୍ଭୁତ ପୂର୍ବ ସଫଳତା ପାଇ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିବା ସମ୍ପର୍କରେ ଆଲୋଚନା ହୋଇଥିଲା । ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ କେବଳ ପ୍ରଶାସନ ନୂହେଁ ସମସ୍ତ ଜନ ପ୍ରତିନିଧି ସ୍ୱେଚ୍ଛାସେବୀ ଏବଂ ଗଣମାଧ୍ୟମର ପ୍ରତିନିଧିଙ୍କର ପ୍ରମୁଖ ଭୂମିକା ରହିଥିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ୱଚ୍ଛ ସାଥି,ସ୍ୱୟଂ ସହାୟକ ଗୋଷ୍ଠୀ, ସ୍ୱେଚ୍ଛାସେବୀ, ଅଙ୍ଗନବାଡି, ଏନ.ସି ସି, ଜୁନିୟର ରେଡକ୍ରସ, ଏନ ଏସ ଏସ ସଂଗଠନ କର୍ମକର୍ତ୍ତାଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ନାୟକ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଡେପୁଟି କଲେକ୍ଟର ଜରୁରୀ କାଳୀନ ପି. ମନସ୍ମିତା, ଏସଡିପିଓ ଯୁଗଳ ମଲ୍ଲିକ, ଓଡିଶା ରାଜସ୍ୱ ଅମଲା ସଂଘ ରାଜ୍ୟ ସଭାପତି ତ୍ରିପତି ବାଲାଜୀ ସାହୁ, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ନବରଙ୍ଗପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ଭାସ୍କର ବିଶ୍ୱାଳ, ଅଧ୍ୟାପକ ଦିଲ୍ଲୀପ କୁମାର ହୋତା, ନବରଙ୍ଗପୁର ମହାବିଦ୍ୟାଳୟର ଏବଂ ମହିଳା ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଜରୁରୀ କାଳୀନ ବିଭାଗର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ ପରିଚାଳନା କରିଥିବା ବେଳେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ପି. ମନସ୍ମିତା ଧନ୍ୟବାଦ ଅର୍ପଣ କରିଥିଲେ ।

ADVERTISEMENT
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ