ନାବାଳିକା ବଳତ୍କାର ମାମଲା: ଆସାମୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ନାବାଳିକା ବଳତ୍କାର ମାମଲା: ଆସାମୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ନାବାଳିକା ବଳତ୍କାର ମାମଲା: ଆସାମୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

News by Padmalochan Mishra (Cuttack)

#କଟକ(ଏନ୍‌.ଏମ୍‌.): ଓଲଟପୁର ନାବାଳିକା ବଳତ୍କାର ମାମଲାରେ କଟକର ତୃତୀୟ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ପୋଷ୍କୋ କୋର୍ଟ ଆସାମୀ ରାକେଶ କୁମାର ରାଉତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ପ୍ରଦାନ କରିଛନ୍ତି । ଏଥିସହିତ କୋର୍ଟ ଆସାମୀକୁ ୧୦ହଜାର ଟଙ୍କାର ଜରିମାନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ହେଲେ ଆସାମୀକୁ ଆଉ ଅଧିକ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ପଡିବ ବୋଲି କୋର୍ଟ କହିଛନ୍ତି । ସେହିପରି କୋର୍ଟ ପୀଡିତାକୁ ୪ ଲକ୍ଷ ଟଙ୍କାର କ୍ଷତିପୁରଣ ପ୍ରଦାନ କରିବାକୁ ମଧ୍ୟ କଟକ ଜିଲ୍ଲା ଆଇନସେବା ପ୍ରାଧିକରଣକୁ ଆଦେଶ ଦେଇଛନ୍ତି । ଗତ ୨୦୧୩ ମସିହା ସେପ୍ଟେମ୍ବର ୧୫ ତାରିଖରେ ଆସାମୀ ଜଣେ ୧୬ ବର୍ଷୀୟା ନାବାଳିକାକୁ ବଳତ୍କାର କରିଥିବା ନେଇ ଓଲଟପୁର ଥାନାରେ ପିଡିତାର ପରିବାର ପକ୍ଷରୁ ଏତଲା ରୁଜୁ କରାଯାଇଥିଲା ।୧୯ ସେପ୍ଟେମ୍ବରରେ ପୁଲିସ୍ ଆସାମୀକୁ ଗିରଫ କରିଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ପୋଷ୍କୋ କୋର୍ଟରେ ଏହି ମାମଲାକୁ ସ୍ୱତନ୍ତ୍ର ପବ୍ଲିକ୍ ପ୍ରସିକ୍ୟୁଟର ରମେଶ ଚନ୍ଦ୍ର ମହାନ୍ତି ପରିଚାଳନା କରୁଥିଲେ ।

Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ