ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ
ଆଗାମୀ ଦିନରେ ପୁଲିସ ଅଧିକ ଶକ୍ତିଶାଳୀ ହେବ-ଡିଜିପି

News by Padmalochan Mishra (Cuttack)

#କଟକ(ଏନ୍‌.ଏମ୍‌.): ଓଡିଶା ପୁଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଅରୁଣ କୁମାର ଷଡଙ୍ଗୀ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ପୂର୍ବତନ ଡି.ଜି.ପି ସୁନୀଲ କୁମାର ବଂସଲଙ୍କ ଠାରୁ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ଷଡଙ୍ଗୀ ପୁଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଉପସ୍ଥିତ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ଏହାପରେ ଡିଜିପି ଶ୍ରୀ ଷଡଙ୍ଗୀ ସହିଦ ସ୍ମୃତିସ୍ତମ୍ଭ ଠାରେ ମାଲ୍ୟାର୍ପଣ କରିବା ପରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ । ଏହି ଅବସରରେ ଶ୍ରୀ ଷଡଙ୍ଗୀ କହିଥିଲେ ଯେ, ଓଡିଶା ପୁଲିସର ସ୍ୱତନ୍ତ୍ର ଗରିମା ଏବଂ ଗୌରବ ରହିଛି । ଗତ କିଛି ବର୍ଷ ଧରି ରାଜ୍ୟ ପୁଲିସ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଛି । ପୁଲିସକୁ ସଶକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହଯୋଗ ରହିଛି ବୋଲି ସେ କହିବା ସହ ରାଜ୍ୟ ସରକାରଙ୍କ ସହଯୋଗରେ ଆଗାମୀ ଦିନରେ ପୁଲିସ ଅଧିକ ଶକ୍ତିଶାଳୀ ହେବ ବୋଲି ସେ କହିଛନ୍ତି । ଅପରାଧ ନିରାକରଣ, ଅପରାଧ ଅନୁସନ୍ଧାନ ଏବଂ ଆଇନ ଶୃଙ୍ଖଳା କ୍ଷେତ୍ରରେ ଯେମିତି କୌଣସି ଉଦାସୀନତା ଦେଖାନଯିବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବି ବୋଲି ପ୍ରତିକ୍ରିୟା ରଖିଥିଲେ । ସାଧାରଣ ଲୋକଙ୍କୁ ଗୁଣାତ୍ମକ ପୁଲିସ ସେବା ଯୋଗାଇଦେବା ସହ ସମାଜକୁ ଅପରାଧ ମୁକ୍ତ, ଅପରାଧ ଦମନ ଏବଂ ସଶକ୍ତ ସମାଜ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ । ସୂଚନାଯୋଗ୍ୟ ଯେ, ୧୯୯୦ ବ୍ୟାଚର ଆଇ.ପି.ଏସ୍ ଅଧିକାରୀ ଶ୍ରୀ ଷଡଙ୍ଗୀ ବଲାଙ୍ଗୀର ଜିଲ୍ଲାର ମୂଳବାସିନ୍ଦା । ତାଙ୍କ ଚାକିରି କାଳ ମଧ୍ୟରେ ସେ ରାଜ୍ୟର ଅଧିକାଂଶ ଜିଲାରେ ବିଭିନ୍ନ ପଦବୀରେ କାର୍ଯ୍ୟ କରିଛନ୍ତି । ଦାୟିତ୍ୱ ଗ୍ରହଣ ସମୟରେ ରାଜ୍ୟ ପୁଲିସ ବହୁ ବରିଷ୍ଠ ପୁଲିସ ଅଧିକାରୀ ଓ ପୁଲିସ ମୁଖ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ଥିଲେ ।

ADVERTISEMENT
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ