ପଡିଆ ଓ କାଲିମେଳା ବ୍ଲକରେ ଘରକୁ ଘର ବୁଲି ବିଜୁ ପକ୍କା ଘର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କଲେ ମନ୍ତ୍ରୀ

ପଡିଆ ଓ କାଲିମେଳା ବ୍ଲକରେ ଘରକୁ ଘର ବୁଲି ବିଜୁ ପକ୍କା ଘର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କଲେ ମନ୍ତ୍ରୀ

ପଡିଆ ଓ କାଲିମେଳା ବ୍ଲକରେ ଘରକୁ ଘର ବୁଲି ବିଜୁ ପକ୍କା ଘର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କଲେ ମନ୍ତ୍ରୀ


କାଲିମେଳା(ଏନ୍‌.ଏମ୍‌.): ଆଜି ଇଲେକ୍ଟ୍ରୋନିକ୍ସ, ସୂଚନାପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମାଲକାନଗିରି ଜିଲ୍ଲାର ପଡିଆ ଓ କାଲିମେଳା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତ ଅଧୀନରେ ଥିବା ବିଜୁ ପକ୍କାଘର ଯୋଜନାରେ ହିତାଧିକାରୀଙ୍କୁ ୩ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି । ମନ୍ତ୍ରୀ ଶ୍ରୀ ବେହେରା ଆଜି ଜିଲ୍ଲାର ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ହିତାଧିକାରୀଙ୍କ ଘରକୁ ଘର ବୁଲି ସହାୟତା ରାଶି ପ୍ରଦାନ କରିଥିଲେ । ଏଥି ସହିତ ମନ୍ତ୍ରୀ ଶ୍ରୀ ବେହେରା ହିତାଧିକାରୀଙ୍କୁ ସେମାନଙ୍କ ସୁଖଦୁଃଖ ପଚାରି ବୁଝିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଗରିବ କଲ୍ୟାଣ ଯୋଜନା ସମ୍ପର୍କରେ ବୁଝାଇଥିଲେ । ଦୁଇ ଦିନିଆ ମାଲକାନଗିରି ଜିଲ୍ଲା ଗସ୍ତରେ ଆସିଥିବା ମନ୍ତ୍ରୀ ଶ୍ରୀ ବେହେରା ଗତକାଲି ମାଲକାନଗିରି ବ୍ଲକର ବିଭିନ୍ନ ହିତାଧିକାରୀଙ୍କୁ ନିଜ ହାତରେ ଏହି ସହାୟତା ରାଶି ପ୍ରଦାନ କରିଥିଲେ । ଗରିବ କଲ୍ୟାଣକାରୀ ଯୋଜନା ବାବଦ ଅର୍ଥକୁ ହିତାଧିକାରୀଙ୍କ ଘରେ ପହଂଚାଇବା ପାଇଁ ମନ୍ତ୍ରୀ ଶ୍ରୀ ବେହେରା ଗାଁ କୁ ଗାଁ ବୁଲୁଥିବା ଦେଖି ଅଞ୍ଚଳରେ ବେଶ ଖୁସିର ବାତାବରଣ ସୃଷ୍ଟି ହୋଇଥିଲା ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ