ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଯିବ ମେମୋ: ୫ରେ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ !

ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଯିବ ମେମୋ: ୫ରେ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ !

ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଯିବ ମେମୋ: ୫ରେ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ !


#କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): ଦୀର୍ଘ ଦିନ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି । ଏଣିକି ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡ଼ିବ ଯାତ୍ରୀବାହୀ ଟ୍ରେନ୍ । ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଗଡ଼ିବ ମେମୋ ଟ୍ରେନ୍ । ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଟ୍ରେନ ଯାତ୍ରାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଅନୁଯାୟୀ, ୨୦୨୦ ମସିହାରେ ପାରାଦୀପ-ହରିଦାସପୁର ରେଳ ଲାଇନରେ ମାଲବାହୀ ଟ୍ରେନ୍ ଚାଲିଥିଲା । ତା’ପରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବା ପାଇଁ ଦାବି ହୋଇ ଆସୁଥିଲା । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କେନ୍ଦ୍ରାପଡ଼ା ଗସ୍ତ ସମୟରେ ସ୍ଥାନୀୟ ଲୋକ ପୁରୁଣା ଦାବି ଦୋହରାଇ ଥିଲେ । ଏହି ଲାଇନରେ ଯାତ୍ରୀବାହୀ ଟ୍ରେନ୍ ଚଳାଇବା ପାଇଁ ଦାବି କରିଥିଲେ । ସ୍ଥାନୀୟ ଲୋକଙ୍କ ଅନୁରୋଧ କ୍ରମେ ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି ରେଳ ମନ୍ତ୍ରଣାଳୟ । ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ହେବାକୁ ଥିବା ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେବେ । ସେହି ସମୟରେ ପତାକା ଦେଖାଇ ପ୍ରଧାନମନ୍ତ୍ରୀ ମେମୋ ଟ୍ରେନର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି । ଡିଆରଏମ ଏସ.ଏସ. ବାଜୱାଙ୍କ କହିବା ଅନୁସାରେ କମିଶନ ଅଫ୍ ରେଲୱେ ସେଫଟିର ବିଶେଷଜ୍ଞଟିମ୍ ଆଜି ଟ୍ରାକ୍ ଯାଞ୍ଚ କରିଥିଲେ । ତା’ପରେ ଟ୍ରାକରେ ଟ୍ରାଏଲ୍ ହୋଇଛି । ଆଜି ଓ ଆସନ୍ତାକାଲି ଟ୍ରାକରେ ଟ୍ରାଏଲ୍ ହେବ । ତା’ପରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତରେ ୫ତାରିଖରେ ଟ୍ରେନର ଶୁଭାରମ୍ଭ ହେବ । ଟ୍ରେନଟି ପାରାଦୀପରୁ ଛାଡ଼ି କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଯିବ ବୋଲି ଡିଆରଏମ ପ୍ରକାଶ କରିଛନ୍ତି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ