ପୁନର୍ଗଠିତ ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ବୈଠକ

ପୁନର୍ଗଠିତ ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ବୈଠକ

ପୁନର୍ଗଠିତ ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ବୈଠକ

News by I&PR (Odisha)

#ଭୁବନେଶ୍ୱର(ଏନ୍‌.ଏମ୍‌.): ପୁନର୍ଗଠିତ ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ପ୍ରଥମ ବୈଠକ ପରିଷଦର ଅଧ୍ୟକ୍ଷ ପଦ୍ମବିଭୂଷଣ ଡକ୍ଟର ସୁଦର୍ଶନ ସାହୁଙ୍କ ଅଧ୍ୟକ୍ଷତାରେ ରାଜ୍ୟ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ସମ୍ବିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢୀ ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବରେ ଯୋଗଦେଇ ପରିଷଦର କାର୍ଯ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ସଦସ୍ୟମାନଙ୍କୁ ଅବଗତ କରାଇଥିଲେ । ପରିଷଦର ବୈଠକରେ ରାଜ୍ୟରେ ବୁଣାକାର ଓ କାରିଗରମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ସଦସ୍ୟମାନେ ଆଲୋକପାତ କରି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ମତାମତ ରଖିଥିଲେ । ବୈଠକରେ ସଭାପତିତ୍ୱ କରି ପଦ୍ମବିଭୂଷଣ ଡକ୍ଟର ସାହୁ ରାଜ୍ୟର ସମସ୍ତ ବୁଣାକାର ଓ କାରିଗରମାନଙ୍କର ସମସ୍ୟା ଓ ଉନ୍ନତି ନିମନ୍ତେ ପର୍ଯ୍ୟାୟ କ୍ରମେ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ସରକାରଙ୍କ ସହ ସମନ୍ୱୟ ରଖାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଉକ୍ତ ବୈଠକରେ ସ୍ୱତନ୍ତ୍ର ସଚିବ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ, ନିର୍ଦ୍ଦେଶକ, ବୟନଶିଳ୍ପ, ନିର୍ଦ୍ଦେଶକ, ହସ୍ତଶିଳ୍ପ ଯୋଗଦେଇ ସଦସ୍ୟମାନଙ୍କ ଦ୍ୱାରା ଉଠାଯାଇଥିବା ସମସ୍ୟା ଉପରେ ଆଲୋକପାତ କରିଥିଲେ । ପରିଷଦର ସଦସ୍ୟ ସଚିବ ବିକ୍ରମାଦିତ୍ୟ ବାରିକ, ଅତିରିକ୍ତ ଶାସନ ସଚିବ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ