ପୁରୀ ବ୍ୟତୀତ ଅନ୍ୟ ଅଞ୍ଚଳରେ ହେବନି ରଥଯାତ୍ରା: ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ

ପୁରୀ ବ୍ୟତୀତ ଅନ୍ୟ ଅଞ୍ଚଳରେ ହେବନି ରଥଯାତ୍ରା: ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ

ପୁରୀ ବ୍ୟତୀତ ଅନ୍ୟ ଅଞ୍ଚଳରେ ହେବନି ରଥଯାତ୍ରା: ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ


କଟକ(ଏନ୍‌.ଏମ୍‌.): ଶ୍ରୀକ୍ଷେତ୍ର ପୁରୀ ବ୍ୟତୀତ ଅନ୍ୟ ଅଞ୍ଚଳରେ ରଥଯାତ୍ରା ପାଇଁ ଆବେଦନ ପ୍ରସଙ୍ଗ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି । ଏ ସମ୍ପର୍କୀତ ସରକାରୀ ନିର୍ଦ୍ଦେଶନାମାରେ ହସ୍ତକ୍ଷେପ ପାଇଁ ହାଇକୋର୍ଟ ମନାକଲେ । ରାଜ୍ୟର କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ପାଇଁ ୫ଟି ମାମଲା ହୋଇଥିଲା । କେନ୍ଦ୍ରାପଡ଼ା ପାଇଁ ୪ଟି ଓ ଭଟଲୀ ପାଇଁ ଗୋଟିଏ ମାମଲା ହୋଇଥିଲା । ହସ୍ତକ୍ଷେପ ପାଇଁ ମନା ସହ ୫ଟି ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ । ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ର ଭଳି କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରରେ ମଧ୍ୟ ବିନାଭକ୍ତରେ ବଳଦେବଜୀଉଙ୍କ ରଥଯାତ୍ରା କରିବାକୁ ମନ୍ଦିରର ୫ଜଣ ସେବାୟତ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଚଳିତ ବର୍ଷ ତୁଳସୀକ୍ଷେତ୍ରରେ ରଥଯାତ୍ରା କରିବାକୁ ବଳଦେବଜୀଉ ମନ୍ଦିର ସେବାୟତ, ନିଯୋଗ, ବିଭିନ୍ନ ସାମାଜିକ ସଂଗଠନ ସହିତ ସାଧୁସନ୍ଥମାନେ ଦାବି କରି ଆସୁଛନ୍ତି । ସେହିପରି ତୁଳସୀକ୍ଷେତ୍ର ସିଦ୍ଧ ବଳଦେବଜୀଉଙ୍କ ରଥଯାତ୍ରା ପାଇଁ ରାଜ୍ୟ ସରକାର ନିଜ ଆଡ଼ୁ ସମସ୍ତ ପ୍ରକାର ଆନ୍ତରିକତା ସହ ଉଦ୍ୟମ କରନ୍ତୁ ବୋଲି କହିଥିଲେ କେନ୍ଦ୍ରାପଡ଼ା ପୂର୍ବତନ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ଏନେଇ ହାଇକୋର୍ଟରେ ଜନସ୍ୱାର୍ଥ୍ୟ ମାମଲା ହୋଇଥିଲା ।
ସୂଚନାଯୋଗ୍ୟ, ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରଥଯାତ୍ରା ଉପରେ ରାଜ୍ୟ ସରକାର ଜାରି କରିଛନ୍ତି କଟକଣା । ପୁରୀ ଛଡ଼ା ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା କରାଯାଇପାରିବ ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା ସୂଚନା ଦେଇଥିଲେ । କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସାଧାରଣ ଲୋକଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ