ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

News by Padmalochan Mishra (Cuttack)

#କଟକ(ଏନ୍‌.ଏମ୍‌.): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ମାଟ୍ରିକ ରେଗୁଲାର ସପ୍ଲିମେଣ୍ଟାରୀ ପରୀକ୍ଷାରେ ୧୩୧୦ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩୩ ପିଲା କୃତକାର୍ଯ୍ୟ ହୋଇଛନ୍ତି । ୩୬୦ ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ରହିଥିଲେ । ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୮୧୯୫ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ । ସେଥି ମଧ୍ୟରୁ ୬୭୭୮ ପରୀକ୍ଷାର୍ଥୀ ପାସ୍ କରିଥିବା ବେଳେ ୫୨୫ ଜଣ ପରୀକ୍ଷା ଦେଇ ନାହାନ୍ତି । ୪୯ ଜଣ ଛାତ୍ରଛାତ୍ରୀ ଏମପି ହେଇଛନ୍ତି । ତେବେ ଉଭୟ ରେଜଲ୍ଟ ବୋର୍ଡ ୱେବସାଇଟରେ ଉପଲବ୍ଧ ଥିବା ସୂଚନା ଦିଆଯାଇଛି । ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୩ରୁ ଆରମ୍ଭ ହୋଇ ୮ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଥିଲା । ଦ୍ୱିତୀୟ ସିଟିଂରେ ଷ୍ଟେଟ୍ ଓପନ ସ୍କୁଲ ପରୀକ୍ଷା କରାଯାଇଥିଲା । ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁଯୋଗ ମିଳିବ ବୋଲି ସୂଚନା ଦିଆଯାଇଥିଲା ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି