ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି


#ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତାକାଲି ଠାରୁ ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ପୂର୍ବରୁ ସକାଳୁଆ ସ୍କୁଲ ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସ୍କୁଲଗୁଡ଼ିକ ମଧ୍ୟ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଖୋଲିବ । ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ବାଲେଶ୍ୱରରେ ତାପମାତ୍ରା ୩୭.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୩୭.୨, ଝାରସୁଗୁଡାରେ ୩୭.୨, ଭୁବନେଶ୍ୱରରେ ୩୬.୬, ହୀରାକୁଦରେ ୩୬, କେନ୍ଦୁଝରରେ ୩୫.୮ ଓ ସମ୍ବଲପୁରରେ ୩୫.୮ ଡିଗ୍ରୀ ରେକର୍ଡ କରାଯାଇଥିଲା । ୨ ଦିନ ଭିତରେ ତାପମାତ୍ରା ୫ ଡିଗ୍ରୀ ଯାଏଁ ବଢ଼ିପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ବଢୁଥିବା ତାତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଜାଗ ହୋଇଛି । ଅଂଶୁଘାତ ଓ ଡାଇରିଆ ଭଳି ଅସୁସ୍ଥତା ଉପରେ ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ।ଅଂଶୁଘାତ ଜନିତ ଅସୁସ୍ଥତାର ଚିକିତ୍ସା ପାଇଁ ସମସ୍ତ ହସ୍ପିଟାଲ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ କୌଣସି ଅଘଟଣ ଏଡ଼ାଇବାକୁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

Slider ଦେଶ ବିଦେଶ ପପୁଲାର ନିଓଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି