ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା

ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା

Photo From I&PR Odisha

ଭୁବନେଶ୍ୱର(ଏନ୍‌.ଏମ୍‌.): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଭିନ୍ନ ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଆୟୋଜିତ ଏହି ପ୍ରତିଯୋଗିତାରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ କ୍ରୀଡ଼ାବିତ୍‌, ସହାୟକ କର୍ମଚାରୀ, କ୍ରୀଡ଼ା କର୍ମକର୍ତ୍ତା, ପ୍ରଶିକ୍ଷକ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗ କର୍ମଚାରୀଙ୍କ ମଧ୍ୟରେ ଚିତ୍ରକଳା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା ।
ସେହିପରି କ୍ରୀଡ଼ାବିତଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ପାଇଁ ସେମାନଙ୍କ ମଧ୍ୟରେ କୁଇଜ୍ ଏବଂ ସଂଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହିସବୁ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମାର୍ଚ୍ଚ ୫ ତାରିଖ ଦିନ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପୁରସ୍କୃତ କରାଯିବାର କାର୍ଯ୍ୟକ୍ରମ ରହିଛି । କ୍ରୀଡ଼ା ଓ ଯୁବସେବା ବିଭାଗର ଯୁଗ୍ମ ଶାସନ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ ଅନୁଶାସନ ସଚିବ ରାଜେନ୍ଦ୍ର ପ୍ରସାଦ ପାଣି, ଲକ୍ଷ୍ମୀକାନ୍ତ ମିଶ୍ର ଏବଂ ପ୍ରୋଗ୍ରାମ ଅଫିସର ଡକ୍ଟର ନିବେଦିତା ଆଚାର୍ଯ୍ୟଙ୍କ ସମେତ ଅନ୍ୟ ଅଧିକାରୀମାନେ ପରିଚାଳନା କରିଥିଲେ । କ୍ରୀଡ଼ା ବିଭାଗ ତଥା କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଥିବା ସମସ୍ତ ଛାତ୍ରାବାସର ଅନ୍ତେବାସୀ ଏବଂ ହାଇ ଫରଫର୍ମାନ୍ସ ସେଣ୍ଟର ଓ କ୍ରୀଡ଼ା ବିଭାଗର କର୍ମଚାରୀଙ୍କୁ ନେଇ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *