ପ୍ରମିଳା ମଲ୍ଲିକ ହେଲେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି

ପ୍ରମିଳା ମଲ୍ଲିକ ହେଲେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି

ପ୍ରମିଳା ମଲ୍ଲିକ ହେଲେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି

News by B.Mishra (BBSR)

#ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା ବିଧାନସଭାରେ ପ୍ରଥମ ମହିଳା ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରବୀଣା ରାଜନୈତିଜ୍ଞ ନେତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳା ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ବାଚସ୍ପତି ଭାବେ ଆସନ ଗ୍ରହଣ କରିଛନ୍ତି । ତେବେ ସର୍ବ ସମ୍ମତିକ୍ରମେ ପ୍ରମିଳାଙ୍କୁ ବାଚସ୍ପତି ଭାବେ ଚୟନ କରଯାଇଛି । ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାଁରେ ପ୍ରସ୍ତାବ ରଖିଥିଲୋ ଯାହାକୁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ ଜଣାଇଥିଲେ । ଗତକାଲି ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ । ନାମାଙ୍କନ ଦାଖଲ ପୂର୍ବରୁ ସେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ବୁଧବାର ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା । ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ବିଧାନସଭାର ବାଚସ୍ପତି ପଦ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା । ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି । ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଛନ୍ତି ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ