ପ୍ୟାରୀମୋହନ ଆଚାର୍ଯ୍ୟଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ

ପ୍ୟାରୀମୋହନ ଆଚାର୍ଯ୍ୟଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ

ପ୍ୟାରୀମୋହନ ଆଚାର୍ଯ୍ୟଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ

News by Padmalochan Mishra (Cuttack)

#କଟକ(ଏନ୍‌.ଏମ୍‌.): ପୁଣ୍ୟାତ୍ମା ପ୍ୟାରୀମୋହନ ଆଚାର୍ଯ୍ୟଙ୍କ ୧୪୧ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ପାଓଷା ତରଫରୁ ପ୍ୟାରୀମୋହନ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଡ.ବିଶ୍ୱଜିତ୍ ଘୋଷଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଜଷ୍ଟିସ୍ ଚୌଧୁରୀ ପି.କେ. ମିଶ୍ର ଯୋଗଦେଇ ଏହି ଶିକ୍ଷାନୁଷ୍ଠାନର ଗୌରବମୟ ଇତିହାସ ସମ୍ପର୍କରେ ଅବତାରଣା କରିଥିଲେ । ମୁଖ୍ୟବକ୍ତା ଭାବେ ବାବାଜୀ ଚରଣ ପଟ୍ଟନାୟକ ଯୋଗଦେଇ କଟକରେ ଶିକ୍ଷାର ବିକାଶ ପାଇଁ ପୁଣ୍ୟାତ୍ମା ପ୍ୟାରୀମୋହନ ଯେଉଁ ପଦକ୍ଷେପ ନେଇଛନ୍ତି ତାହା ଅବିସ୍ମରଣୀୟ ବୋଲି ମତବ୍ୟକ୍ତ କରିଥିଲେ । ଭବାନୀ ପ୍ରସାଦ ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିଲେ । ମନୋଜ କୁମାର ପଟ୍ଟନାୟକ ଧନ୍ୟମାଦ ଅର୍ପଣ କରିଥିଲେ । ପୂର୍ବରୁ ଆୟୋଜିତ ପ୍ରତିଯୋଗୀତାରେ କଟକ ସହରର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରଷ୍କାର ବିତରଣ କରାଯାଇଥିଲା । ଏହି ପୁରଷ୍କାର ବିତରଣ କାର୍ଯ୍ୟାକୁ ସ୍ମୃତିକାନ୍ତ ଘୋଷ ପରିଚାଳନା କରିଥିଲେ । ଲଲାଟେନ୍ଦୁ ବଡ଼ୁଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି