ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

News by Smruti Ranjan Tripathy (Choudwar)

#ଚୌଦ୍ୱାର(ଏନ୍‌.ଏମ୍‌.): ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପହଞ୍ଚି ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିଛନ୍ତି । ଶନିବାର ରାତିରେ ଧବଳେଶ୍ୱରରେ ପହଞ୍ଚିିବା ପରେ ସେଠାରେ ଥିବା ଗେଷ୍ଟ ହାଉସରେ ରାତ୍ରିଯାପନ କରିଥିଲେ । ରବିବାର ଦିନ ସକାଳ ୮ଟା ବେଳେ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ରେଳମନ୍ତ୍ରୀଙ୍କ ସହ କଟକ ଜିଲ୍ଲା ବିଜେପି ସଭାପତି ପ୍ରକାଶ ବେହେରାଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ । ଏହାପରେ ସେ କଟକ ଜିଲ୍ଲାରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାଯାଇଛି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଆଠଗଡ଼ରେ ବିଜେପି କୋର କମିଟି ବୈଠକରେ ଯୋଗ ଦେଇ ଦଳୀୟ କର୍ମକର୍ତ୍ତାମାନଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି । ସେହିଭଳି କଟକ ଜିଲ୍ଲାର ବଡ଼ମ୍ବାସ୍ଥିତ ଭଟ୍ଟାରିକା ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ବି ରହିଛି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ