ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ


#ଭବାନୀପାଟଣା(ଏନ୍‌.ଏମ୍‌.): ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ବଳଭଦ୍ର ମାଝୀ ଇସ୍ତଫା ପତ୍ରରେ ତାଙ୍କର ଏହି ପଦକ୍ଷେପର କାରଣ ସଂପର୍କରେ କିଛି ଉଲ୍ଲେଖ କରି ନାହାନ୍ତି । ତେବେ ଦଳରେ ଅବହେଳିତ ହୋଇ ରହିଯାଇଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତିଙ୍କୁ ପଠାଇଥିବା ଇସ୍ତଫା ପତ୍ରରେ ବଳଭଦ୍ର ମାଝୀ ଲେଖିଛନ୍ତି, ୧୯୯୭ରେ ଦଳ ଗଠନ ହେବା ପରଠାରୁ ଆପଣଙ୍କ ସହିତ କାମ କରିବାର ସୁଯୋଗ ଦେଇଥିବାରୁ ଆପଣଙ୍କୁ ବହୁତ ଧନ୍ୟବାଦ । ବଳଭଦ୍ର ମାଝୀ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ସେ ଦୁଇ ଥର ମନ୍ତ୍ରୀ (ନବୀନ ପଟ୍ଟନାୟକଙ୍କ ପ୍ରଥମ ଓ ଦ୍ୱିତୀୟ ପାଳିରେ) ମଧ୍ୟ ହୋଇଥିଲେ । ସେ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନରୁ ୪ ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ଼ ଆସନରୁ ଥରେ ବିଜୟୀ ହୋଇଥିଲେ । ୧୯୯୦ ଓ ୧୯୯୫ରେ ବଳଭଦ୍ର ମାଝୀ ଜନତା ଦଳ ଟିକେଟରେ ନର୍ଲାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଜେଡି ଗଠନ ହେବା ପରେ ସେ ସେଥିରେ ମିଶିଥିଲେ । ୨୦୦୦ ଓ ୨୦୦୪ରେ ସେ ବିଜେଡି ଟିକେଟରେ ନର୍ଲା ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ରେ ସେ ବିଜେଡି ଟିକେଟରେ ଲାଞ୍ଜିଗଡ଼ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ । ତେବେ ୨୦୧୪ ବିଜେଡି ପୁଣି ତାଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଥିଲା ଓ ସେ ବିଜୟୀ ହୋଇଥିଲେ । ତେବେ ୨୦୧୯ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ଦେଇ ନଥିଲା । ତାଙ୍କ ବଦଳରେ ଦଳ ଲାଞ୍ଜିଗଡ଼ରେ ପ୍ରଦୀପ କୁମାର ଦିଶାରୀଙ୍କୁ ପ୍ରାର୍ଥୀ କରିଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ