ବିନା ଶ୍ରଦ୍ଧାଳୁଙ୍କ ସମାବେଶରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା: ୨୩ରୁ ୨୫ ତାରିଖ ୧୪୪ ଧାରା ଲାଗୁ

ବିନା ଶ୍ରଦ୍ଧାଳୁଙ୍କ ସମାବେଶରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା: ୨୩ରୁ ୨୫ ତାରିଖ ୧୪୪ ଧାରା ଲାଗୁ

ବିନା ଶ୍ରଦ୍ଧାଳୁଙ୍କ ସମାବେଶରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା: ୨୩ରୁ ୨୫ ତାରିଖ ୧୪୪ ଧାରା ଲାଗୁ


ପୁରୀ(ଏନ୍‌.ଏମ୍‌.): ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନ ଯାତ୍ରାରେ ମଧ୍ୟ କଟକଣା ଲାଗୁ କରାଯାଇଛି । ତେବେ ବିନା ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ଶ୍ରୀ ଜୀଉଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ହୋବ । ତେଣୁ ଶ୍ରୀକ୍ଷେତ୍ର ପୁରୀରେ ହେବାକୁ ଥିବା ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ୧୪୪ ଧାରା ଲାଗୁ କରାଯିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ତେବେ ଆସନ୍ତାକାଲି ଅର୍ଥାତ୍ ୨୩ ତାରିଖ ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏଁ ଏହା ବଳବତ୍ତର ରହିବ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ବିନା ଶ୍ରଦ୍ଧାଳୁଙ୍କ ସମାବେଶରେ ସ୍ନାନ ପୂର୍ଣ୍ଣିମା ଆୟୋଜନ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପୁରୀ ପ୍ରବେଶ ପାଇଁ ଅନୁମତି ରହିବ ବୋଲି ଉପ ଜିଲ୍ଲାପାଳ ଭବତାରଣ ସାହୁ ପ୍ରକାଶ କରିଛନ୍ତି । ଆସନ୍ତା ୨୪ରେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ପଡୁଥିବାରୁ ମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । ସେପଟେ ରାଘବ ଦାସ ମଠ ଓ ଗୋପାଳ ତୀର୍ଥ ମଠ ପକ୍ଷରୁ ହାତୀ ବେଶର ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି । ଏହି ଦୁଇ ମଠ ପକ୍ଷରୁ ଶ୍ରୀଜିଉମାନଙ୍କ ହାତୀ ବେଶ ଏବଂ ମହାପ୍ରଭୁଙ୍କ ପହଣ୍ଡି ପାଇଁ ଟାହିଆ ପ୍ରସ୍ତୁତ କରାଯାଇଥାଏ । ସେହିଭଳି ୧୦୮ ଗରା ପାଣିରେ ମହାପ୍ରଭୁଙ୍କ ସ୍ନାନ କରାଯିବ । ଅନ୍ୟପଟେ ଶ୍ରୀଜୀଉଙ୍କ ସ୍ନାନ ଓ ରଥଯାତ୍ରାର ନୀତି ନିର୍ଘଣ୍ଟ କରାଯାଇଛି । ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ସ୍ଥିର ହୋଇସାରିଛି । କୋଭିଡ୍ ସଂକ୍ରମଣକୁ ଦେଖି ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜଗନ୍ନାଥଙ୍କ ସମସ୍ତ ଉତ୍ସବ ବିନା ଶ୍ରଦ୍ଧାଳୁଙ୍କ ସମାବେଶରେ ଅନୁଷ୍ଠିତ ହେବ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ