ବିମୁଦ୍ରୀକରଣ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଠିକ୍ ଥିଲା: ସୁପ୍ରିମକୋର୍ଟ

ବିମୁଦ୍ରୀକରଣ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଠିକ୍ ଥିଲା: ସୁପ୍ରିମକୋର୍ଟ

ବିମୁଦ୍ରୀକରଣ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଠିକ୍ ଥିଲା: ସୁପ୍ରିମକୋର୍ଟ


#ନୂଆଦିଲ୍ଲୀ (ଏନ୍‌.ଏମ୍‌.): ବିମୁଦ୍ରୀକରଣ ନେଇ ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶ ପାଇଛି । ତେବେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କ୍ଲିନ୍ ଚିଟ୍ ଦେଇଛନ୍ତି । ସୁପ୍ରିକୋର୍ଟଙ୍କ କହିବାନୁଯାୟୀ ମୋଦି ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା । ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଆଜି ଏହି ରାୟ ଶୁଣାଇଛନ୍ତି । ଏଥିସହ ବିମୁଦ୍ରୀକରଣକୁ ନେଇ ହୋଇଥିବା ୫୮ଟି ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ସୂଚନା ଯୋଗ୍ୟ ଯେ, ୨୦୧୬ ମସିହା ନଭେମ୍ବର ୮ ତାରିଖରେ ବିମୁଦ୍ରୀକରଣ ନେଇ କେନ୍ଦ୍ର ସରକାର ଘୋଷଣା କରିଥିଲେ । ସମସ୍ତ ୫୦୦ ଓ ୧୦୦୦ ଟଙ୍କିଆ ନୋଟକୁ ବିମୁଦ୍ରୀକରଣ କରିବାକୁ ନିଷ୍ପତ୍ତି ହୋଇଥିଲା । ତେବେ ସରକାରଙ୍କ ଏହି ନିଷ୍ପତ୍ତିକୁ ବେଆଇନ ଦର୍ଶାଇ ୫୮ଟି ଆବଦେନ ହୋଇଥିଲା । ଗତ ଡିସେମ୍ବର ୭ ରେ ସୁପ୍ରିମକୋର୍ଟଙ୍କ ସମ୍ବିଧାନ ପୀଠରେ ମାମଲାର ଶୁଣାଣି ହୋଇଥିଲା । ଶୁଣାଣି ପରେ କୋର୍ଟ ନିଜ ରାୟ ସଂରକ୍ଷିତ ରଖିଥିଲେ । ଏଥିସହ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଏବଂ କେନ୍ଦ୍ର ସରକାରକୁ ସମସ୍ତ ଆବଶ୍ୟକ ଦସ୍ତାବିଜ୍ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ହେଲେ ଆଜି ଜଷ୍ଟିସ ଏସ୍‌.ଏ.ନାଜିରଙ୍କ ଅଧ୍ୟକ୍ଷତାରେ ଗଠିତ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ମାମଲାରେ ନିଜ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି, ଏହି ନିଷ୍ପତ୍ତିକୁ ପରିବର୍ତ୍ତନ କରାଯାଇ ପାରିବ ନାହିଁ । ବିମୁଦ୍ରୀକରଣ ନିଷ୍ପତ୍ତିରେ କୌଣସି ତ୍ରୁଟି ନାହିଁ । ସମସ୍ତ ରେକର୍ଡ ଯାଞ୍ଚ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଉଲ୍ଲେଖଯୋଗ୍ୟ, ୨୦୧୬ ମସିହା ନଭେମ୍ବର ୮ ତାରିଖରେ ସରକାର ବିମୁଦ୍ରାକରଣ ଘୋଷଣା କରିଥିଲେ । ପୁରୁଣା ୫ଶହ ଓ ୧ ହଜାର ଟଙ୍କିଆ ନୋଟ୍ ସବୁକୁ ବିମୁଦ୍ରାକରଣ କରିବାକୁ ନିଷ୍ପତ୍ତି ନେଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ କଳାଧନ ବିରୋଧରେ ଏକ ବଡ଼ ପଦକ୍ଷେପ ବୋଲି ଦର୍ଶାଇଥିଲେ । ମୋଦି ସରକାରଙ୍କ ଏହି ନିଷ୍ପତ୍ତି ପରେ ସାରା ଦେଶରେ ଚହଳ ପଡିଯାଇଥିଲା । ବ୍ୟାଙ୍କ ଆଗରେ ଲୋକମାନଙ୍କୁ ଲମ୍ବା ଧାଡିରେ ଛିଡା ହେବା ପାଇଁ ପଡିଥିଲା ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ