ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମଞ୍ଜୁର କଲେ ୫୫ ଲକ୍ଷ ଟଙ୍କା

ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମଞ୍ଜୁର କଲେ ୫୫ ଲକ୍ଷ ଟଙ୍କା

ଭୁବନେଶ୍ୱର (ଏନ୍.ଏମ୍.): ରାଜ୍ୟରେ କରୋନା ମହାମାରୀ ବିସ୍ପୋରଣର ରୂପ ନେଉଥିବାବେଳେ ଏହାକୁ ନିୟନ୍ତ୍ରଣ କରିବା ନିମନ୍ତେ ରାଜ୍ୟ ସରକାର ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି କରିଛନ୍ତି । ଲୋକେ ଘରେ ରହିବା ଦ୍ୱାରା କିମ୍ବା ଅନ୍ୟ ଲୋକଙ୍କ ସଂସ୍ପର୍ଶରେ ନଆସିବା ଦ୍ୱାରା ଏହି ସଂକ୍ରମଣ ହ୍ରାସ ପାଇବାର ସମ୍ଭାବନା ଥିବାରୁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ତେଣୁ ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ ଓ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି । ବିଶେଷ କରି ଜଳଖିଆ ଦୋକାନ, ହୋଟେଲ, ଧର୍ମାନୁଷ୍ଠାନ ଆଦି ବନ୍ଦ ରହିଥିବା ଯୋଗୁଁ ଏହି ବୁଲା ପ୍ରାଣୀମାନେ ଖାଇବାକୁ ନପାଇ ଭୋକରେ ବୁଲୁଥିବା ଦେଖିବାକୁ ମିଳିଥିଲା । ତେବେ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ତାଙ୍କ ରିଲିଫ ପାଣ୍ଠିରୁ ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲିଟି ଓ ୬୧ଟି ଏନ୍ଏସିକୁ ଆଉ ୫୫ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କ ଜରିଆରେ ବୁଲା ଗାଈଗୋରୁ ଓ କୁକୁରଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିଦେ୍ର୍ଦଶ ଅନୁଯାୟୀ, ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ ୨୦ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସେହିପରି ମ୍ୟୁନିସିପାଲିଟି ଗୁଡ଼ିକ ଦୈନିକ ୫ ହଜାର ଟଙ୍କା ଓ ଏନଏ ସିମାନେ ଦୈନିକ ୨ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ସୂଚନାଯୋଗ୍ୟ, ଗତ ୯ ତାରିଖରେ ବୁଲା ପ୍ରାଣୀମାନଙ୍କ ଉଦେ୍ଦଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଥମ ପର୍ଯ୍ୟାୟରେ ୬୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି କାର୍ଯ୍ୟକୁ ପ୍ରାଣୀ ପ୍ରେମୀମାନେ ଉଚ୍ଚ ପ୍ରସଂସା କରିଛନ୍ତି ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ