ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ: ପୁଷ୍ପାଞ୍ଜଳି ଦେଇ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ: ପୁଷ୍ପାଞ୍ଜଳି ଦେଇ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ: ପୁଷ୍ପାଞ୍ଜଳି ଦେଇ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

News by B.Mishra (BBSR)

#ଭୁବନେଶ୍ୱର(ଏନ୍‍.ଏମ୍‍.): ବହୁ କଳ୍ପନା ଜଳ୍ପନାର ଅନ୍ତଘଟାଇ ଭୁବନେଶ୍ୱରରେ ପହଞ୍ଚିଲା ଭୁମିପୁତ୍ର ବିଜୁ ପଟ୍ଟନାୟକଙ୍କ ସ୍ମୃତି ସହ ଜଡ଼ିତ ଡାକୋଡା ବିମାନ । ଏହି ବିମାନରେ ବିଜୁବାବୁ ଯେଉଁ ଦୁର୍ଦ୍ଦଶ ସାହାସିକତା ସହ କର୍ତ୍ତବ୍ୟ ପ୍ରତିପାଦନ କରିଥିଲେ ତାହା ତାଙ୍କୁ ସମଗ୍ର ବିଶ୍ୱରେ ସ୍ୱତନ୍ତ୍ର ପରିଚୟ ଆଣିଦେଇଥିଲା । ସେ ଇଣ୍ଡୋନେସିଆ ହେଉ ବା ଭାରତ । ଏହି ଡାକୋଡା ବିମାନରେ ସେ ନିଜର କର୍ତ୍ତବ୍ୟ ପ୍ରତିପାଦନ କରିଥିଲେ । ତେଣୁ ଓଡ଼ିଆ ମାଟିର ପୁଅ ବିଜୁ ବାବୁଙ୍କ ଏହି ସ୍ମୃତି ବହନ କରୁଥିବା ଡାକୋଡାକୁ ଓଡ଼ିଶାରେ ସାଇତି ରଖିବା ପାଇଁ ଯେଉଁ ଉଦ୍ୟମ କରାଯାଇଥିଲା ତାହା ଆଜି ଫଳପ୍ରଦ ହୋଇ ପାରିଛି । କଲିକତାସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଥିବା ଏହି ବିମାନଟିକୁ ବିଜୁବାବୁଙ୍କ ଜନ୍ମମାଟିରେ ରଖିବା ପାଇଁ ବିଭିନ୍ନ ମହଲରେ ଦାବି ହୋଇଥିଲା । ତେବେ ରାଜ୍ୟ ସରକାରଙ୍କ ଉଦ୍ୟମ ଫଳରେ ଏହି ବିମାନ କଲିକତାରୁ ଭୁବନେଶ୍ୱର ସଡ଼କ ପଥରେ ଆସି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ପରିସରରେ ପହଞ୍ôଚଛି । ଭୁବନେଶ୍ୱର ଏୟାରକୋର୍ଟରେ ଐତିହାସିକ ଡାକୋଡା ପହଞ୍ôଚବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ ବିମାନକୁ ପୁଷ୍ପାଞ୍ଜଳି ଦେଇ ସ୍ୱାଗତ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଡାକୋଡା ବିମାନକୁ ସ୍ୱାଗତ କରିବା ସହ ଏହି ବିମାନରେ ବିଜୁ ବାବୁ ତାଙ୍କ ସାହସିକତାର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିଲେବୋଲି ମତପ୍ରକାଶ କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ ଆଜି ଭୁବନେଶ୍ୱରରେ ପହଞ୍ଚି ଥିବାରୁ ସେ ବହୁତ ଖୁସି । ଏହି ବିମାନରେ ବିଜୁ ବାବୁ ଅନେକ ସାହସିକ କାର୍ଯ୍ୟ କରିଛନ୍ତି । ଏହା ମଧ୍ୟରେ ସବୁଠାରୁ ଶ୍ରେଷ୍ଠ ହେଉଛି ଇଣ୍ଡୋନେସିଆର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଡଚ୍‌ମାନଙ୍କ କବଜାରୁ ମୁକ୍ତ କରିବାରେ ଅପାର ସଫଳତା । ସେଥିରେ ବିଜୁ ବାବୁଙ୍କ ସହିତ କେବଳ ଜଣେ ସହ ପାଇଲଟ୍ ଥିଲେ, ସେ ହେଉଛନ୍ତି ‘ମୋ ମା’ ଜ୍ଞାନ ପଟ୍ଟନାୟକ । ତେବେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଏତିକି ଶୁଣିବା ପରେ ଉପସ୍ଥିତ କର୍ମୀମାନେ ମଧ୍ୟ ଭାବବିହ୍ୱଳ ହୋଇପଡ଼ିଥିବା ଦେଖିବାକୁ ମିଳିଥିଲା । ଡାକୋଡା ବିମାନକୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଫାଇପ-ଟି ସଚିବ ଭି.କେ. ପାଣ୍ଡିଆନ୍ ବିମାନ୍ ବନ୍ଦରକୁ ଯାଇଥିଲେ । ଏହି ସ୍ୱାଗତ ସମାରୋହରେ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ପ୍ରଣବ ପ୍ରକାଶ ଦାସ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ବିଏମସି ମେୟର ସୁଲୋଚନା ଦାସ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀ, ଆଇଟି ବିଭାଗ ପ୍ରମୁଖ ସଚିବ ମନୋଜ ମିଶ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ