ମନୋରମା ମହାପାତ୍ରଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଦିବସରେ ପ୍ରତିକୃତି ଉନ୍ମୋଚିତ

ମନୋରମା ମହାପାତ୍ରଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଦିବସରେ ପ୍ରତିକୃତି ଉନ୍ମୋଚିତ

ମନୋରମା ମହାପାତ୍ରଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଦିବସରେ ପ୍ରତିକୃତି ଉନ୍ମୋଚିତ

News by Maheswar Behera (Athagarh)

ଆଠଗଡ଼(ଏନ୍‌.ଏମ୍‌.): ସୁସାହିତ୍ୟିକା,କବୟିତ୍ରୀ ଓ ଦୈନିକ ସମାଜର ପୂର୍ବତନ ସମ୍ପାଦିକା ସ୍ୱର୍ଗତ ଅଧ୍ୟାପିକା ମନୋରମା ମହାପାତ୍ରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ ଆଜି ଗୋପବନ୍ଧୁ କନିଷ୍ଠ ମହିଳା ମହାବିଦ୍ୟାଳୟ ପ୍ରାଙ୍ଗଣରେ ସ୍ୱର୍ଗୀୟା ମହାପାତ୍ରଙ୍କ ଏକ ପ୍ରତିକୃତି ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ଉତ୍ସବରେ ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉଦ୍ଘାଟକ ଭାବେ ଯୋଗଦେଇଥିବାବେଳେ ମୁଖ୍ୟଅତିଥି ଭାବେ କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ଯୋଗଦେଇ ସ୍ୱର୍ଗୀୟା ମହାପାତ୍ରଙ୍କ ସ୍ମୃତିଚାରଣ କରିଥିଲେ । ମୁଖ୍ୟବକ୍ତା ଭାବେ ରାଜ୍ୟସଭା ସାଂସଦ ସୁଲତା ଦେଓ ଯୋଗଦେଇ ସ୍ୱର୍ଗୀୟା ମହାପାତ୍ରଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିଥିଳେ । ଲୋକସେବକ ମଣ୍ଡଳ ଓଡିଶା ଶାଖାର ଅଧ୍ୟକ୍ଷ ନିରଞ୍ଜନ ରଥ, ବିଶିଷ୍ଟ ବୈଜ୍ଞାନିକ ଜ୍ଞାନରଞ୍ଜନ ଦାସ ଓ ଆଠଗଡ଼ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଡ଼ଃ ରାଧାନାଥ ରଥ ସ୍ମୃତିକମିଟି ଓ ଗୋପବନ୍ଧୁ କନିଷ୍ଠ ମହିଳା ମହାବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ଏହି ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବର ଆବାହକ ସୁଧୀରଞ୍ଜନ ଦାସ ବିବରଣୀ ପାଠ କରିଥିବା ବେଳେ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଳା ମହାପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସ୍ମୃତି କମିଟିର ସଭାପତି ଆଇନଜୀବୀ ଅଶୋକ କୁମାର ପଟ୍ଟନାୟକ ଉତ୍ସବରେ ସଭାପତିତ୍ୱ କରିଥିବାବେଳେ ଗୋପବନ୍ଧୁ ଡିଗ୍ରୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ସଂଗୀତା ମହାପାତ୍ର ଧନ୍ୟବାଦ ଦେଇଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ