ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ
ସାଲେପୁର(ଏନ୍‌.ଏମ୍‌.): ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଛି ବଡ଼ ରାୟ। ସାଲେପୁର ଏଡିଜେ କୋର୍ଟ ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ କୋର୍ଟ ଜଣେ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସୂଚନା ଅନୁଯାୟୀ, ୨୦୨୧ ମସିହା ଜାନୁଆରୀ୨ ତାରିଖରେ ସନ୍ଧ୍ୟାରେ ମହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ସଂପର୍କୀୟ ଦିବ୍ୟ ସିଂହ ବରାଳ( ୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ୍ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳ ଫେରାର ଥିଲା। କିନ୍ତୁ ଏକ ଟ୍ରକ ଦୁର୍ଘଟଣାରେ ଗତ ଫେବ୍ରୁଆରୀରେ ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ତେବେ ଏହି ଘଟଣାରେ ବିଜେଡି ନେତା ତଥା ତତ୍‌କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ନେଇ ଅଭିଯୋଗ ଆସିଥିଲା। ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିବା ନେଇ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍ କରିଥିଲେ। ଏହାର ଶୁଣାଣି କରି କୋର୍ଟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାହାଙ୍ଗା ଥାନାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ପୁଲିସ ଉଲ୍ଲେଖ କରିଥିଲା। ତେବେ ଚାର୍ଜସିଟରୁ ତାଙ୍କ ନାଁ ହଟାଇବାକୁ ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ମାମଲାର ଶୁଣାଣି ସାରି ରାୟ ସଂରକ୍ଷିତ ରଖିଛନ୍ତି। ତେବେ ଏହି ମାମଲାରେ ପ୍ରତାପ ଜେନା ଛନ୍ଦି ହେବେ କି ଖସିଯିବେ ତାହା ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇବା ପରେ ଜଣାପଡ଼ିବ। ଏହି ଡବଲ ମର୍ଡର ଘଟଣାକୁ ନେଇ ସେତେବେଳେ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା।

Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ