ମେଟ୍ରୋ ବିଲଡର୍ସ ସଂସ୍ଥା ନାମରେ ଭିଜିଲାନ୍ସ କୋର୍ଟରେ ମାମଲା: ସଂସ୍ଥା କର୍ତ୍ତୃପକ୍ଷଙ୍କ ସହ ତଦକାଳୀନ ଆଇଏଏସ ଅଧିକାରୀ ଯିବେ ଜେଲ!

ମେଟ୍ରୋ ବିଲଡର୍ସ ସଂସ୍ଥା ନାମରେ ଭିଜିଲାନ୍ସ କୋର୍ଟରେ ମାମଲା: ସଂସ୍ଥା କର୍ତ୍ତୃପକ୍ଷଙ୍କ ସହ ତଦକାଳୀନ ଆଇଏଏସ ଅଧିକାରୀ ଯିବେ ଜେଲ!

ମେଟ୍ରୋ ବିଲଡର୍ସ ସଂସ୍ଥା ନାମରେ ଭିଜିଲାନ୍ସ କୋର୍ଟରେ ମାମଲା: ସଂସ୍ଥା କର୍ତ୍ତୃପକ୍ଷଙ୍କ ସହ ତଦକାଳୀନ ଆଇଏଏସ ଅଧିକାରୀ ଯିବେ ଜେଲ!

News by Dillip Kumar Muduli (BBSR)

ଭୁବନେଶ୍ୱର (ଏନ୍‌.ଏମ୍‌.): ଭିଜିଲାନ୍ସ କୋର୍ଟରେ ମେଟ୍ରୋ ବିଲଡର୍ସ ନାମରେ ମାମଲା ହୋଇଥିବାବେଳେ ଆଜି ବିଲଡର୍ସ କର୍ତ୍ତୃପକ୍ଷଙ୍କୁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଏଥିରେ କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମଡି ଇଂ. ମହମ୍ମଦ ମୋକିମଙ୍କୁ ମଧ୍ୟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି । ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ (ଓଆରଏଚଡିସି) ଦୁର୍ନୀତି ମାମଲାରେ ତାଙ୍କୁ ଆଜି ଏହି ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ । ମୋକିମ୍‌ଙ୍କ ସହିତ ପୂର୍ବତନ ଆଇଏଏସ୍ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଞ୍ଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ କୋର୍ଟ ୩ ବର୍ଷ ଜେଲ୍ ଲେଖାଏଁ ଦଣ୍ଡାଦେଶ ଶୁଣାଇଛନ୍ତି । କୋର୍ଟ ସେମାନଙ୍କୁ ଜେଲ୍ ଦଣ୍ଡ ସହ ସମସ୍ତଙ୍କ ଉପରେ ୫୦ହଜାର ଟଙ୍କା ଲେଖାଏଁ ଜରିମାନା କରିଛନ୍ତି । ଜରିମାନା ଅନାଦେୟ ହେଲେ ସେମାନେ ଅଧିକ ୬ ମାସ ଜେଲରେ ରହିବେ ବୋଲି କୋର୍ଟ ତାଙ୍କ ରାୟରେ କହିଛନ୍ତି ।
ସୂଚନା ଅନୁଯାୟୀ, ୨୦୦୦ ମସିହା ଜାନୁଆରୀ ୪ ତାରିଖରୁ ୨୦୦୧ ମସିହା ମେ’ ୧୫ ତାରିଖ ପର୍ଯ୍ୟନ୍ତ ପୂର୍ବତନ ଆଇଏଏସ୍ ଅଫିସର ବିନୋଦ କୁମାର ଓଆରଏଚଡିସିରେ ପରିଚାଳନା ନିର୍ଦ୍ଦେଶକ ଥିଲେ । ସେହି ସମୟରେ ସ୍ୱସ୍ତିରଞ୍ଜନ ମହାପାତ୍ର ଓଆରଏଚଡିସିର କମ୍ପାନୀ ସେକ୍ରେଟେରୀ ଭାବେ କାର୍ଯ୍ୟ କରୁଥିଲେ । ୨୦୦୦ ଜୁନ୍ ୨୪ ତାରିଖରେ ମେଟ୍ରୋ ବିଲଡର୍ସ ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥା ଓଆରଏଚଡିସିରେ ୧୫୦ ଲକ୍ଷ ଟଙ୍କାର ଋଣ ଆବେଦନ କରିଥିଲା । ଭୁବନେଶ୍ୱର ନୟାପଲ୍ଲୀରେ ମେଟ୍ରୋ ସିଟି-୨ ପ୍ରୋଜେକ୍ଟରେ ୫୦ଟି ଫ୍ଲାଟ ନିର୍ମାଣ ପାଇଁ କମ୍ପାନୀ ପକ୍ଷରୁ ଋଣ ଆବେଦନ କରାଯାଇଥିଲା । ବିନୋଦ କୁମାରଙ୍କ ନିର୍ଦ୍ଦେଶରେ ସ୍ୱସ୍ତି ରଞ୍ଜନ ମହାପାତ୍ର ଋଣ ଆବେଦନ ଦରଖାସ୍ତକୁ ଯାଞ୍ଚ କରି ପୂରା ପ୍ରକ୍ରିୟା ସମ୍ପାଦନ କରିଥିଲେ । ପରେ ଏହାକୁ ଅନୁମୋଦନ କରିବାକୁ ସେ ବିନୋଦ କୁମାରଙ୍କ ପାଖକୁ ପଠାଇଥିଲେ । ୧୫୦ ଲକ୍ଷର ଋଣକୁ ବିନୋଦ କୁମାର ଅନୁମୋଦନ କରିଥିଲେ । ତେବେ ମେଟ୍ରୋ ବିଲଡର୍ସ ପ୍ରାଇଭେଟ୍ ଲିମିଟେଡକୁ ୩ଟି କିସ୍ତିରେ ୨୦୦୦ ଜୁଲାଇ ୬ ତାରିଖରୁ ୨୦୦୦ ଅଗଷ୍ଟ ୨୮ ତାରିଖ ମଧ୍ୟରେ ଋଣ ଅର୍ଥ ପ୍ରଦାନ କରାଯାଇଥିଲା । ପ୍ରଥମ କିସ୍ତିରେ ୧୦୦ ଲକ୍ଷ ଟଙ୍କା, ଦ୍ୱିତୀୟ କିସ୍ତିରେ ୩୦ ଓ ତୃତୀୟ କିସ୍ତିରେ ୨୦ ଲକ୍ଷ ଟଙ୍କା ଦିଆଯାଇଥିଲା । ଲୋନ୍ ଏଗ୍ରିମେଣ୍ଟ ଓ ଏ ସମ୍ପର୍କିତ ଅନ୍ୟାନ୍ୟ କାଗଜପତ୍ରରେ ମେଟ୍ରୋ ବିଲଡର୍ସ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ଏହାର ନିର୍ଦ୍ଦେଶକ ପୀୟୂଷ ମହାନ୍ତି ଦସ୍ତଖତ କରିଥିଲେ । ଅନ୍ୟପକ୍ଷରେ ଓଆରଏଚଡିସିର ପରିଚାଳନା ନିର୍ଦ୍ଦେଶକ ଭାବେ ଋଣ ଅନୁମୋଦନ କରିବା ତଥା ଚେକ୍‌ରେ ଦସ୍ତଖତ କରିବାର ଅଧିକାର ସେତେବେଳେ ବିନୋଦ କୁମାରଙ୍କ ପାଖରେ ନଥିଲା । ଓଆରଏଚଡିସିର ବୋର୍ଡ ଅଫ୍ ଡାଇରେକ୍ଟର୍ସ ପକ୍ଷରୁ ତାଙ୍କୁ ଏମିତି କିଛି କ୍ଷମତା ଦିଆଯାଇ ନଥିଲା । ଏ ବିଷୟରେ ଅବଗତ ଥିବା ସତ୍ତ୍ୱେ ସ୍ୱସ୍ତିରଞ୍ଜନ ମହାପାତ୍ର ସହ ମିଶି ବିନୋଦ କୁମାର ମେଟ୍ରୋ ବିଲଡର୍ସକୁ ଅନୁଚିତ ଅନୁଗ୍ରହ ଦେଖାଇ ଏହି କାର୍ଯ୍ୟ କରିଥିଲେ । ମେଟ୍ରୋ ବିଲଡର୍ସର ଋଣ ଆବେଦନକୁ ଓଆରଏଚଡିସିର ବୋର୍ଡ ଅଫ୍ ଡାଇରେକ୍ଟର୍ସଙ୍କ ନିକଟରେ ଉପସ୍ଥାପନ କରାଯାଇନଥିଲା । ସେହିପରି ଋଣ ଅନୁମୋଦନ ପୂର୍ବରୁ କ୍ଷେତ୍ର ପରିଦର୍ଶନ କରାଯାଇନଥିଲା । ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣସ, ପ୍ରୋଜେକ୍ଟ ପାଇଁ ବିଡିଏର ପ୍ଲାନ୍ ଅନୁମୋଦନ, ପ୍ରୋଜେକ୍ଟ ଏଷ୍ଟିମେଟ୍‌, ଅଗ୍ନିନିରାପତ୍ତା ପ୍ରମାଣପତ୍ର ଓ ଏଭଳି ଅନେକ ଡକ୍ୟୁମେଣ୍ଟକୁ ଠିକ୍ ଭାବେ ଯାଞ୍ଚ କରାଯାଇନଥିଲା । ତଦନ୍ତ ବେଳେ ଜଣାପଡ଼ିଥିଲା ଯେ, ମେଟ୍ରୋ ବିଲଡର୍ସ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ଦାଖଲ କରାଯାଇଥିବା ଏସବୁ ଡକ୍ୟୁମେଣ୍ଟ ନକଲି ଥିଲା । ପୁଣି ଉଚିତ ପରିମାଣର ସିକ୍ୟୁରିଟି ଡିପୋଜିଟ୍ ନରଖି ମେଟ୍ରୋ ବିଲଡର୍ସ ପ୍ରାଇଭେଟ୍ ଲିମିଟେଡକୁ ଋଣ ଦିଆଯାଇଥିବା ତଦନ୍ତ ସମୟରେ ଜଣାପଡ଼ିଥିଲା । ତେଣୁ ସମସ୍ତ ଅଭିଯୁକ୍ତ ଅପରାଧିକ ଷଡ଼ଯନ୍ତ୍ର କରି ସରକାରଙ୍କୁ କ୍ଷତି ପହଞ୍ଚାଇବା ସହ ଅନୁଚିତ ଉପାୟରେ ଏକ ବିଲଡର ସଂସ୍ଥାକୁ ଲାଭ ଦେଇଥିଲେ । ମାମଲାର ଶୁଣାଣି ବେଳେ ୧୭ରୁ ଅଧିକ ସାକ୍ଷୀଙ୍କୁ ପଚରାଉଚରା କରାଯାଇଥିଲା । ସେହିପରି ଅଭିଯୁକ୍ତଙ୍କ ବିରୋଧରେ କୋର୍ଟରେ ଯେଉଁ ତଥ୍ୟ ପ୍ରମାଣ ଦିଆଯାଇଥିଲା, ତାହା ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲା ।

Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ