ରାଜ୍ୟରେ ବଢ଼ୁଛି ଗ୍ରୀଷ୍ମ ପ୍ରବାହ: ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁ

#ଭୁବନେଶ୍ୱର(ଏନ୍.ଏମ୍.): ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ରାଜ୍ୟରେ ସମ୍ପ୍ରତି ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବା ଯୋଗୁଁ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ସରକାରଙ୍କ ଘୋଷଣା ପରେ ରାଜ୍ୟର ସମସ୍ତ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି । ତେଣୁ ଆସନ୍ତା ୫ ଦିନ ସ୍କୁଲ ବନ୍ଦ ରହିବ ବୋଲି ସ୍ପଷ୍ଟ ହୋଇଛି ।
ଆସନ୍ତା ୫ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଥିବାରୁ ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିବା ପରେ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିଲା । ତେବେ ରାଜ୍ୟରେ ଆଗକୁ ଆସୁଛି ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏବେ ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ ଟପିଥିବା ଦେଖିବାକୁ ମିଳିଥିଲା । ଦିନକ ପରେ ଆହୁରି ଅଧିକ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ୧୩, ୧୪ ଓ ୧୫ ତିନି ଦିନ ପାଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି । ରାଜ୍ୟରେ ଲାଗିରହିଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।