ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେଲେ ମନୋରମା

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେଲେ ମନୋରମା

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେଲେ ମନୋରମା


କଟକ(ଏନ୍‌.ଏମ୍‌.): ବିଶିଷ୍ଟ ଲେଖିକା, ସମାଜସେବୀ, କବି, ସାମ୍ବିଦିକା, ଅଧ୍ୟାପିକା, ତଥା ଦୈନିକ ସମାଜ ଖବର କାଗଜର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦିକା ଡକ୍ଟର ମନୋରାମା ମହାପାତ୍ରଙ୍କର ଆଜି ପୁରୀ ସ୍ୱର୍ଗଦ୍ୱାର ଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ସମ୍ପନ୍ନ ହୋଇଯାଇଛି । ମନୋରମାଙ୍କ ଜ୍ୟେଷ୍ଠ ପୁତ୍ର ପ୍ରଦୀପ କୁମାର ମହାପାତ୍ର ମୁଖାଗ୍ନି ଦେଇଥିଲେ । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଆରକ୍ଷୀ ଅଧିକ୍ଷକ କନ୍ୱର୍ ବିଶାଳ ସିଂହ ସବାଧାରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ । ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଥିଲା । ବନ୍ଧୁ ଓ ପରିଜନଙ୍କ ଗହଣରେ ସେ ପଞ୍ଚଭୂତରେ ଲୀନ ହୋଇଯାଇଛନ୍ତି । ଲୋକ ସେବକ ମଣ୍ଡଳର ରାଷ୍ଟ୍ରୀୟ ଉପସଭାପତି ତଥା ସମାଜର ପ୍ରକାଶକ ଓ ମୁଦ୍ରାକର ନିରଞ୍ଜନ ରଥ ଅନ୍ତିମ ସଂସ୍କାର ସମୟରେ ଉପସ୍ଥିତ ଥିଲେ । କଟକରୁ ଏକ ସୁସଜ୍ଜିତ ଗାଡ଼ିରେ ତାଙ୍କ ମରଶରୀରକୁ ପୁରୀ ସ୍ୱର୍ଗଦ୍ୱାର ନିଆଯିବା ପରେ ତାଙ୍କର ଅନ୍ତିମ ସଂସ୍କାର ହୋଇଥିଲା । ଏହି ଅବସରରେ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, ସିଏମସି କମିଶନର ଅନନ୍ୟା ଦାସ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର, ବିଧାୟକ ଇଂ. ମହମ୍ମଦ ମୋକିମ, ସାଂସଦ ସୁଭାଷ ସିଂହ, ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ପ୍ରମୁଖ ତାଙ୍କ ବାସ ଭବନରେ ପହଞ୍ôଚ ଶେଷ ଦର୍ଶନ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେହିଭଳି ପୁରୀ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତରନ୍ ସାହୁ, ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୀତେନ୍ଦ୍ର ସାହୁ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପୁରୀର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଯଶସ୍ୱୀ ସାରସ୍ୱତ ସାଧିକାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ସୂଚନାଯୋଗ୍ୟ ଯେ, ଡକ୍ଟର ମନୋରମା ମହାପାତ୍ରଙ୍କର ଗତକାଲି ସନ୍ଧ୍ୟାରେ କଟକ ବଡ଼ ଡାକ୍ତରଖାନାରେ ପରଲୋକ ଘଟିଥିଲା । ୮୭ବର୍ଷିୟା ସ୍ୱର୍ଗତା ମହାପାତ୍ର କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ