ଶ୍ରୀକ୍ଷେତ୍ରରେ ରଥ ଟାଣିଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ପୁରୀ(ଏନ୍.ଏମ୍.): ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । କରୋନା ଯୋଗୁଁ ଗତ ଦୁଇବର୍ଷ ଦରି ରଥଯାତ୍ରାରେ ଶ୍ରଦ୍ଧାଳୁ ଯୋଗ ଦେଇ ପାରିନଥିବାବେଳେ ଚଳିତ ବର୍ଷ ବେଶ ଜାକଜମକରେ ପ୍ରଭୁ ରଥରେ ବସି ମାଉସୀମା ଘର ଯାଇଛନ୍ତି । ଆଉ ଏଥି ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଶ୍ରୀକ୍ଷେତ୍ର । ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ହୋଇଯାଇଛି । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ବଡ଼ଦାଣ୍ଡ ଜନସମୁଦ୍ରରେ ପରିଣତ ହୋଇଛି । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରଥ ଟାଣିଛନ୍ତି । ଏଥିସହ ଆଜି ପୁରୀ ଗସ୍ତରେ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍ ବୁଲି ଦେଖବା ପରେ ମୁଖ୍ୟମନ୍ତ୍ରୀ ନନ୍ଦିଘୋଷ ରଥ ଟାଣିଛନ୍ତି । ତେବେ ଶ୍ରୀ ମନ୍ଦିର ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଯେଭଳି ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ କାମ ହୋଇଛି । ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବା ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି । ସ୍ଥାନୀୟ ଲୋକ ମଧ୍ୟ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ ପୂର୍ଣ୍ଣାଙ୍ଗ ପ୍ରକଳ୍ପ ନିଶ୍ଚିତ ଭାବେ ଚିତାକର୍ଷକ ହେବ ବୋଲି କହିଛନ୍ତି । ଆଜି ପବିତ୍ର ରଥଯାତ୍ରା ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ବିକ୍ରମ ଆରୁଖ, ୫-ଟି ସଚିବ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିଥିଲେ ।