ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ

News by Nimain Chrana Mohanty (PURI)

#ପୁରୀ(ଏନ୍‌.ଏମ୍‌.): ଜଗତର ଠାକୁର ଶ୍ରୀ ଜଗନ୍ନାଥଙ୍କ ବଡଦେଉଳର ଉନ୍ନତିକରଣ ନିମନ୍ତେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ । ଏହାକୁ ରାଜ୍ୟସରକାର ଖୁବ ଶିଘ୍ର ଲୋକାର୍ପଣ କରିବା ପାଇଁ ଯାଉଛନ୍ତି । ତେଣୁ ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଜୋରଦାର ପ୍ରସ୍ତୁତି ମଧ୍ୟ ଚାଲିଛି । ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଆସନ୍ତା ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ଏହି ଭବ୍ୟ ସମାରୋହରେ ସାମିଲ ହେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ କିପରି ସୁରକ୍ଷିିତ ଓ ଶୃଙ୍ଖଳିତ ହେବ, ସେ ନେଇ ପ୍ରସ୍ତୁତିର ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ସମୀକ୍ଷା କରିଛନ୍ତି । ଲକ୍ଷାଧିକ ଭକ୍ତଙ୍କ ସମାଗମ ସମ୍ଭାବନାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ଦିଗ ପ୍ରତି ଗୁରୁତ୍ୱ ଦିଆଯାଇଛି । ଏହି ସମୀକ୍ଷା କାର୍ଯ୍ୟକ୍ରମରେ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ରହିଛନ୍ତି ।

ADVERTISEMENT
ADVERTISEMENT
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ