ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି


#ପୁରୀ(ଏନ୍‌.ଏମ୍‌.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ । ତାଙ୍କ ସହ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଆଜି ଯଜ୍ଞ ସ୍ଥଳ, ଶ୍ରୀସେତୁ, ଶ୍ରୀମାର୍ଗ, ଜଗନ୍ନାଥ ବଲ୍ଲଭରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି । ଗୁଇନ୍ଦା ନିର୍ଦ୍ଦେଶକ ସଂଜୀବ ପଣ୍ଡା, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ପୁରୀ ଏସପି କେ. ବିଶାଲ ସିଂହ ପ୍ରମୁଖ ଡିଜିପିଙ୍କ ସୁରକ୍ଷା ସ୍ଥିତି ଅନୁଧ୍ୟାନରେ ସାମିଲ ହୋଇଥିଲେ । ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ୪ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ସମେତ ବରିଷ୍ଠ ଅଧିକାରୀ ମୁତୟନ ହୋଇଛନ୍ତି । ୧୭ ତାରିଖ ଲୋକାର୍ପଣ ଦିନ ପାଇଁ ଅଧିକ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ସାରା ପୁରୀ ସହର ସିସିଟିଭି ନଜରରେ ରହିବ ବୋଲି ଡିଜିପି ଶ୍ରୀ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ