ସରସ୍ୱତୀ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ତୃତୀୟ ହଂସ ଧ୍ୱନୀ କାର୍ଯ୍ୟକ୍ରମ
#ଭଦ୍ରକ(ଏନ୍.ଏମ୍.): ବାସୁଦେବପୁର ବ୍ଲକ ଅନ୍ତର୍ଗତ ସ୍ଥାନୀୟ କମାର ଗାଁ ଠାରେ ସରସ୍ୱତୀ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ତୃତୀୟ ହଂସ ଧ୍ୱନୀ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଦୁଇ ଦିନ ବ୍ୟାପୀ ଆୟୋଜିତ ଏହି ଉତ୍ସବର ପ୍ରଥମ ଦିନରେ ଉଦ୍ଘାଟକ ଭାବେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ବରେଣ୍ୟ ଅତିଥି ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ସମ୍ମାନିତ ଅତିଥି ଭାବେ ଓଡ଼ିଆ ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ, ଉପ ଜିଲ୍ଲାପାଳ ମନୋଜ ପାତ୍ର , ପ୍ରଶାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ମନ୍ମଥ ଅଗସ୍ତିଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ନିବାସ ଘଟୁଆରି ମଞ୍ଚ ସଂଯୋଜନା କରିଥିଲେ । ଏହି ଅବସରରେ ଅତିଥିମାନଙ୍କୁ ଉତ୍ତରୀୟ ଓ ଚାରା ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସହିତ ସୁଜାତା ମହାପାତ୍ର, ଗୁରୁ ନିତ୍ୟାନନ୍ଦ ଦାସ, ଆର୍ଜେଣ୍ଟିନାର ମାରିଆ ଲୋରେନ ଲିୟନ୍ ସୋଙ୍କ ସହ ଅନ୍ୟ ପ୍ରତିଭାମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା । ଦୁଇ ଦିନ ଧରି ଏହି କାର୍ଯ୍ୟକ୍ରମର ଉଦ୍ଯାପାନୀ ଦିବସରେ ସ୍ଥାନୀୟ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଉଦଘାଟକ, ବାଦଲ ସିଗଦର୍ ମୁଖ୍ୟଅତିଥି ଭାବେ ଯୋଗଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ବିଧାୟକଙ୍କ ପ୍ରତିନିଧି ଅସିତ୍ କୁମାର ଦାସ ଓ ଗୁରୁ ବିଚିତ୍ରା ନନ୍ଦ ସ୍ୱାଇଁ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇଥିଲେ । ଉଦ୍ଯାପନୀ ଉତ୍ସବକୁ ବିକାଶ ଶତପଥି ଓ ମନିଶ ଅଗସ୍ତି ମଞ୍ଚ ସଂଯୋଜନା କରିଥିଲେ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ବଲପୁରୀ ନୃତ୍ୟ, ଗୋଟି ପୁଅ ନୃତ୍ୟ, ଓଡ଼ିଶୀ ନୃତ୍ୟ ସହ ବିଭିନ୍ନ ଲୋକ ନୃତ୍ୟ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମକୁ ସରସ୍ୱତୀ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ସମୀର ରଞ୍ଜନ ପାଣିଗ୍ରାହୀ ଓ ଅନ୍ୟ ସଦସ୍ୟମାନେ ପରିଚାଳନା କରିଥିଲେ ।