୨୦୨୨-୨୩ ବର୍ଷ ପାଇଁ ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ପ୍ରଥମ ବୈଠକ

୨୦୨୨-୨୩ ବର୍ଷ ପାଇଁ ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ପ୍ରଥମ ବୈଠକ

୨୦୨୨-୨୩ ବର୍ଷ ପାଇଁ ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ପ୍ରଥମ ବୈଠକ

News by Dillip Kumar Muduli (BBSR)

#ଭୁବନେଶ୍ୱର(ଏନ୍‍.ଏମ୍‍.): ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ମାନ୍ୟବର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶର ଉପାନ୍ତ ଅଞ୍ଚଳ ଏବଂ ଅନ୍ୟାନ୍ୟ ଓଡ଼ିଆଭାଷୀ ଅଞ୍ଚଳଗୁଡ଼ିକରେ ଓଡ଼ିଆ ଭାଷା ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାରପ୍ରସାର ନିମନ୍ତେ ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓଡ଼ିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ପଦକ୍ଷେପ ନେଇ ଏହି ବୈଠକରେ ଆଲୋଚନା ହୋଇଯାଇଛି ।
କମିଟିର ସଦସ୍ୟମାନେ ବୈଠକରେ ପଡ଼ୋଶୀ ଓଡ଼ିଆ ଭାଷାଭାଷୀ ଅଞ୍ଚଳରେ ଭାଷା-ସଂସ୍କୃତିର ସୁରକ୍ଷା ଦିଗରେ ରହିଥିବା ସମସ୍ୟାଗୁଡ଼ିକ ବାବଦରେ ବିଭାଗୀୟ ଅଧିକାରୀମାନଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଏହାର ପ୍ରତିକାର ପାଇଁ ସ୍ୱତନ୍ତ୍ର ଧ୍ୟାନ ଦେବା ନିମନ୍ତେ କମିଟିରେ ଉପସ୍ଥାପନ କରିଥିଲେ । ପଡୋଶୀ ରାଜ୍ୟମାନଙ୍କରେ ଆମ ଶିକ୍ଷା-ସଂସ୍କୃତିର ସୁରକ୍ଷା ପାଇଁ କାର୍ଯ୍ୟରତ ଅନୁଷ୍ଠାନଗୁଡ଼ିକ ସାମ୍‌ନା କରୁଥିବା ସମସ୍ୟାର ପ୍ରତିକାର ବ୍ୟବସ୍ଥା କରିବା ସହ ସଂପୃକ୍ତ ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କ ପ୍ରୋତ୍ସାହନକୁ ଗୁରୁତ୍ୱ ଦେଇ ଯନିର ସହିତ କାର୍ଯ୍ୟକରିବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ରାଜ୍ୟ ସଂସ୍କୃତି ବିଭାଗକୁ ବାଚସ୍ପତି ଶ୍ରୀ ଆରୁଖ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଏସବୁ ପଡ଼ୋଶୀ ରାଜ୍ୟମାନଙ୍କୁ ଗସ୍ତ କରି ସେଠାରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆଙ୍କ ସମସ୍ୟା ଅନୁଧ୍ୟାନ କରି ଏହାର ପ୍ରତିକାର ପାଇଁ ମୁଖ୍ୟ କମିଟିକୁ ସୁପାରିଶ କରିବା ନିମନ୍ତେ ସବ୍‌କମିଟି ଗଠନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଗଲା । ସଂପୃକ୍ତ ବିଭାଗଗୁଡ଼ିକ ମଧ୍ୟ ବିଭାଗୀୟ ଅଧିକାରୀଙ୍କୁ ସେସବୁ ସ୍ଥାନକୁ ପଠାଇ ସ୍ଥିତି ଅନୁଧ୍ୟାନ ସହ ସମସ୍ୟାର ସମାଧାନ ପାଇଁ ବିହିତ ପଦକ୍ଷେପ ନେବାକୁ ବାଚସ୍ପତି କହିଥିଲେ । ଏହି ବୈଠକରେ ମାନ୍ୟବର ଉପବାଚସ୍ପତି ରଜନୀକାନ୍ତ ସିଂ, ପୂର୍ତ୍ତ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ମାନ୍ୟବର ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କ ସମେତ ବରିଷ୍ଠ ବିଧାୟକ ଅମରପ୍ରସାଦ ଶତପଥୀ, ବଦ୍ରିନାରାୟଣ ପାତ୍ର, ଭାସ୍କର ମଢ଼େଇ, ସାଲୁଗା ପ୍ରଧାନ, ନିତ୍ୟାନନ୍ଦ ଗଣ୍ଡ, ଲତିକା ପ୍ରଧାନ ଓ ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ରାଜ୍ୟ ବିଦ୍ୟାଳୟ ଓ ଗଣଣିକ୍ଷା ସଚିବ ଅଶ୍ୱତୀ ଏସ୍‌., ରାଜ୍ୟ ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓଡ଼ିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଏବଂ ବିଧାନସଭାର ଅଧିକାରୀମାନେ ଉପସ୍ଥିତ ଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ