ଅର୍ଚ୍ଚନା ନାଗ ନାଁରେ ୪ କୋଟି ଟଙ୍କାର ବେଆଇନ୍ ସମ୍ପତ୍ତି ଆଟାଚ୍ କଲା ଇଡି

ଅର୍ଚ୍ଚନା ନାଗ ନାଁରେ ୪ କୋଟି ଟଙ୍କାର ବେଆଇନ୍ ସମ୍ପତ୍ତି ଆଟାଚ୍ କଲା ଇଡି

News by Padmalochan Mishra (Cuttack)

#କଟକ(ଏନ୍‌.ଏମ୍‌.): ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ନାଁରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚାରି କୋଟି ଟଙ୍କାର ବେଆଇନ ସମ୍ପତ୍ତି ଆଟାଚ କରିଛି । ବର୍ତ୍ତମାନ ମାମଲା କୋର୍ଟ ଥିବାବେଳେ ଅର୍ଚ୍ଚନା ଏହି ସମ୍ପତ୍ତି କେଉଁ ଉତ୍ସରୁ ଆଣିଲା ସେ ନେଇ ତଦନ୍ତ ଚାଲିଛି ବୋଲି କଟକରେ ଅନୁଷ୍ଠିତ କଳାଧନ ସମ୍ପର୍କିତ ଏସ୍‌ଆଇଟିର ନବମ ବୈଠକ ପରେ ଏସ୍‌ଆଇଟି ଉପାଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଏହି ସୂଚନା ଦେଇଛନ୍ତି ।
ଓଡ଼ିଶାରେ ଗଞ୍ଜେଇ ଅଧିକ ପରିମାଣର ଜବତ ହେଉଥିବା ବେଳେ ବ୍ରାଉନ ସୁଗାର ଆଉ ହିରୋଇନ୍ ମଧ୍ୟ ଜବତ ହେଉଛି । ନାର୍କୋଟିକ୍ସ, ରିଅଲ ଇଷ୍ଟେଟ ଓ ସୁନା ବ୍ୟବସାୟ ଆଳରେ ଅଧିକ ମାତ୍ରାରେ କଳାଧନ କାରବାର ହେଉଛି । ଏହା ଉପରେ ରୋକ୍ ଲଗେଇବା ପାଇଁ ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ପଦବି ପୂରଣ ପାଇଁ ସ୍ୱତନ୍ତ୍ର କୋର୍ଟ ଗଠନ ହେବା ଉଚିତ୍ । ଏହା ସହ ଦୁର୍ନୀତି ନିବାରଣ ଆଇନରେ ମାମଲା ହେଲେ ଆୟକର ବିଭାଗ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ତୁରନ୍ତ ସୂଚନା ଦେବା ପାଇଁ ନିର୍ଦ୍ଦେଶ ଦିଆଯିବା କଥା । ଆସନ୍ତା ଜୁନ ମାସରେ କଳାଧନ ସମ୍ପର୍କିତ ଏସ୍‌ଆଇଟି ର ନବମ ରିପୋର୍ଟ ଦାଖଲ କରାଯିବ ବୋଲି ଜଷ୍ଟିସ ଅରିଜିତ ପଶାୟତ କହିଛନ୍ତି । ଜଷ୍ଟିସ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଆୟକର ବିଭାଗ, ଡାଇରେକ୍ଟ ଟ୍ୟାକ୍ସ ବିଭାଗ, ସେଣ୍ଟ୍ରାଲ ଏକ୍ସାଇସ ଓ କଷ୍ଟମ, ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରୋ, ସିଟି ଜିଏସଟି, କ୍ରାଇମବ୍ରାଞ୍ଚ, ଭିଜିଲାନ୍ସ ଏବଂ ଓଡ଼ିଶା ପୁଲିସର ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ବର୍ତ୍ତମାନ ସମଗ୍ର ଦେଶରେ ନାର୍କୋଟିକ୍ସ ମାମଲା ଚିନ୍ତାର ବିଷୟ ପାଲଟିଛି । ଆଶା ଠାରୁ ଅଧିକ ପରିମାଣର ନାର୍କୋଟିକ୍ସ ଦ୍ରବ୍ୟ ଜବତ ହେଉଛି ।

🤖 AI Quick Summary

Click the button to generate AI summary.

Leave a Reply

Your email address will not be published. Required fields are marked *